www.samajalive.in
Sunday, December 14, 2025
19.1 C
Bhubaneswar

ଶାସନ କେନାଲରେ ୩୦ ଫୁଟର ଘାଇ

ସମ୍ବଲପୁର: ପଣ୍ଡରିପାଲି ନିକଟ ହୀରାକୁଦ ଶାସନ କେନାଲରେ ସୃଷ୍ଟ ୩୦ ଫୁଟ୍ ଲମ୍ବର ଘାଇ ଯୋଗୁଁ ୨୦ ଏକର ଚାଷ ଜମିରେ ପାଣି ମାଡି ଯାଇଛି । ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାର୍ଯ୍ୟ ଆରମ୍ଭ ହୋଇଛି । ଆସନ୍ତାକାଲି ପୂର୍ବରୁ ମରାମତି କାର୍ଯ୍ୟ ସମ୍ପର୍ଣ୍ଣ ହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି । କେନାଲ ବହୁତ ପୁରୁଣା ହୋଇ ଯାଇଥିବାରୁ ମାଟି ବନ୍ଧ ଭାଙ୍ଗି ଘାଇ ସୃଷ୍ଟି ହୋଇଥିବା ସ୍ଥାନୀୟଲୋକେ କହିଛନ୍ତି । ଏ ସଂକ୍ରାନ୍ତରେ  ହୀରାକୁଦ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ଏଥିପ୍ରତି ସେ କର୍ଣ୍ଣପାତ କରି ନଥିଲେ ବୋଲି ସେମାନେ ଅଭିଯୋଗ କରିଛନ୍ତି । ପୂର୍ବରୁ ମଧ୍ୟ ଅନେକ ଥର ଘାଇ ଭାଙ୍ଗି ଯାଇ ଚାଷ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି ।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories