www.samajalive.in
Sunday, December 14, 2025
14.1 C
Bhubaneswar

ରେଳ ପ୍ରକଳ୍ପ ବିରୋଧୀ ଆନ୍ଦୋଳନରେ ଯୁବକଙ୍କ ମୃତ୍ୟୁ, ପୁଲିସ-ଗ୍ରାମବାସୀ ଖଣ୍ଡଯୁଦ୍ଧ

ସମାଜ ଡିଜିଟାଲ ଡେସ୍କ: ରେଳ ପ୍ରକଳ୍ପକୁ ବିରୋଧ କରି ଚାଲିଥିବା ଆନ୍ଦୋଳନ ସମୟରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ତୁମୁଳକାଣ୍ଡ ଘଟିଛି। ପୁଲିସ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ହୋଇଛି। ଏଥିରେ ୮ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ୪ ପୁଲିସ କର୍ମଚାରୀ ରହିଛନ୍ତି। ସମସ୍ତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରାଉରକେଲାର ବନ୍ଧମୁଣ୍ଡା ଅନ୍ତର୍ଗତ ବରକାନିରେ ଶନିବାର ଏହି ଅଭାବନୀୟ ଘଟଣା ଘଟିଛି।

ସୂଚନା ଅନୁସାରେ, ବରକାନିରେ ନୂଆ ରେଳ ଲାଇନ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ଏହାକୁ ସ୍ଥାନୀୟ ଗ୍ରାମବାସୀ ବିରୋଧ କରି ଆନ୍ଦୋଳନ କରୁଥିଲେ। ଆନ୍ଦୋଳନ ସମୟରେ ଜଣେ ଯୁବକ ଜେସିବି ସାମ୍ନାକୁ ଚାଲିଆସିବାରୁ ଚାପି ହୋଇ ପ୍ରାଣ ହରାଇଥିଲେ। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ଗ୍ରାମବାସୀମାନେ ସେଠାରେ ଉପସ୍ଥିତ ପୁଲିସ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। ଫଳରେ ଉଭୟ ପକ୍ଷଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଥିଲା।

Hot this week

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

Related Articles

Popular Categories