ପ୍ରବଳ ବର୍ଷା ସମ୍ଭାବନା, ଦୀପାବଳି ଫିକା

ପ୍ରବଳ ବର୍ଷା ସମ୍ଭାବନା, ଦୀପାବଳି ଫିକା

Copy Editor AH | Published On: Oct 18, 2017 11:00 PM IST |   1375

ଭୁବନେଶ୍ୱର : ଆଲୋକର ପର୍ବ ଦୀପାବଳି ପାଇଁ ସାରା ରାଜ୍ୟ ଉତ୍ସବ ମୁଖର । ହେଲେ ଲଘୁଚାପ ପାଇଁ ଦୀପାବଳି ଫିକା ପଡ଼ିଯିବାର ସମ୍ଭାବନା ରହିଛି । ପାର୍ବଣ ପୂର୍ବରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଘୁଚାପ ବର୍ଷା ଆରମ୍ଭ ହୋଇଯାଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ବାଣ ଦୋକାନ ଖୋଲିଥିବା ବ୍ୟବସାୟୀ ଏବେ ହାତ ବାନ୍ଧି ବସିଛନ୍ତି । ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ କରି ଦିଆଯାଇଛି । କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଶକ୍ତିଶାଳୀ ହେବା ସହିତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଅବପାତରେ ପରିଣତ ହେବା ପରେ ଲଘୁଚାପ ଉତ୍ତର-ଉତ୍ତର ପଶ୍ଚିମରେ ଗତି କରି ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁବ । ଲଘୁଚାପ ସହିତ ପୂର୍ବ ବିହାରରୁ ଉତ୍ତର ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫଲାଇନ ରହିଛି । ଲଘୁଚାପ, ଘୂର୍ଣ୍ଣିବଳୟ ଓ ଟ୍ରଫଲାଇନ ପ୍ରଭାବରେ ବୁଧବାର ପୂର୍ବାହ୍ନରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଆରମ୍ଭ ହୋଇଯାଇଛି । ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ବର୍ଷା ପ୍ରଭାବ ଲାଗିରହିବା ସହିତ ସାରା ରାଜ୍ୟରେ ବର୍ଷା ହେବ । କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଅଞ୍ଚଳରେ ବର୍ଷା ପରିମାଣ ଅଧିକ ରହିବ । ବର୍ଷା ସହିତ ଉପକୂଳ ଅଞ୍ଚଳରେ ୬୦ରୁ ୬୫କିମି ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ବର୍ଷା ସହିତ ରାଜ୍ୟର କିଛି ଅଞ୍ଚଳରେ ବଜ୍ରପାତର ସମ୍ଭାବନା ଥିବାରୁ ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।