ଅବପାତ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ଆସନ୍ତା ୨୪ ଘଣ୍ଟା ଲାଗି ରହିବ ବର୍ଷାର ପ୍ରଭାବ

.

Published On: Oct 20, 2017 03:35 PM IST | Updated On: Oct 20, 2017 03:38 PM IST |   1546

ଭୁବନେଶ୍ୱର :  ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଥିଲା । ଶୁକ୍ରବାରରେ ପୂର୍ବାହ୍ନରେ  ଏହା ବାଲେଶ୍ୱର ଚାନ୍ଦବାଲିଠାରୁ ୩୫ କିଲୋମିଟର ଦୂରତାରେ ରହିଥିଲା। ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ପରେ ଅବପାତ ଦୁର୍ବଳ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗୋପାଳପୁର ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ଉପକୂଳବର୍ତ୍ତି ଓଡିଶାରେ ପବନର ବେଗ ପ୍ରାୟ ୪୫ କିଲୋମିଟର ରହିବ। ବେଳେ ବେଳେ ଏହା ୬୫ କିଲୋମିଟର ହେବାର ସମ୍ଭାବନା ରହିଛି।

ଅବପାତ ପ୍ରଭାବରେ ପୁରୀର କଣାସ ବ୍ଲକରେ  ସର୍ବାଧିକ ୨୭୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାର ୨୫ ଟି ବ୍ଲକରେ ପ୍ରବଳ ବର୍ଷା ହୋଇଛି।

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।