ତାମିଲନାଡୁ ଉପକୂଳରେ ହୋଇଥିବା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା

.

Published On: Nov 12, 2017 02:40 PM IST | Updated On: Nov 12, 2017 04:44 PM IST |   1155

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆଇଏମଡି ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ତାମିଲନାଡୁ ଉପକୂଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଭାରତର ତାମିଲନାଡୁ, ପୁଡୁଚେରୀ, କେରଳ ଓ କର୍ଣ୍ଣାଟକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମାତ୍ର ଓଡିଶାରେ ଏହାର ବିଶେଷ ପ୍ରଭାବ ପଡିବ ନାହିଁ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ସୂଚନା ପ୍ରକାଶ କରିଛି । 

ଲଘୁଚାପ ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଥିବାରୁ ଏହାର ପ୍ରଭାବରେ ଦକ୍ଷିଣ ଓଡିଶାର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହି ସମୟରେ ସମୁଦ୍ର ଜୁଆରିଆ ରହିବା ସହ ଉପକୂଳ ଅଞ୍ଚଳରେ ୩୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ମତ୍ସଜୀବୀମାନେ ସମୁଦ୍ର ଭିତରକୁ ଯିବା ସମୟରେ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଓ୍ୱେବସାଇଟରେ ରାଜ୍ୟର ପାଗ ବିଷୟରେ ଦିଆଯାଇଥିବା ତଥ୍ୟ ଅନୁସାରେ ୧୩ ଓ ୧୪ ତାରିଖରେ   ଦକ୍ଷିଣ ଓଡିଶାର କେତକ ସ୍ଥାନରେ ବର୍ଷା ହେବ । ୧୪ ତାରିଖ ପରେ  ଗଞ୍ଜାମ,ଗଜପତି, କୋରାପୁଟ , ମାଲକାନଗିରି,  ରାୟଗଡ଼ାଜିଲାର କେତକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୫ତାରିଖରେ ରେ ଉପକୂଳବର୍ତ୍ତି ପୁରୀ , ଖୋର୍ଦ୍ଧା, କଟକ,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି  ୧୬ ତାରିଖ ରେ ପୁରୀ, କଟକ, ଖୋର୍ଦ୍ଧା, ଭଦ୍ରକ, ମୟୂରଭଞ୍ଜ ଆଦି ଜିଲାରେ ପ୍ରବଳ ବର୍ଷା ହୋଇପାରେ । ୧୭ତାରିଖରେ ଉତ୍ତରର ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।  ତେବେ ଆଉ ଦିନେ କି ଦୁଇ ଦିନ ମଧ୍ୟରେ ଲଘୁଚାପର ସ୍ଥିତି ଅନୁସାରେ ସ୍ଥିତି ସ୍ପଷ୍ଟ ହେବ ବୋଲି ସୂଚନା ଦିଆଯାଇଛି ।

Tags:

Like Us

Breaking News

ଜୟପୁର: ପ୍ରବୀଣ ତୋଗାଡିଆଙ୍କ ସମ୍ବାଦିକ ସମ୍ମିଳନୀ, ‘କହିଲେ ମୋ କଣ୍ଠରୋଧ କରିବାକୁ ଚେଷ୍ଟା କରାଯାଉଥିଲା’ ଆଫଗାନିସ୍ତାନ: କାବୁଲସ୍ଥିତ ଭାରତୀୟ ଦୂତାବାସ ଉପରକୁ ରକେଟ ମାଡ଼, ସାମାନ୍ୟ କ୍ଷୟକ୍ଷତି ସୂଚନା ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ମ୍ୟାଚରେ ବର୍ଷା ବାଧକ, ଖେଳ ବିଳମ୍ବ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକା ୬୮/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକାର ୨ ୱିକେଟର ପତନ, ଦକ୍ଷିଣ ଆଫ୍ରିକା ୧୦/୨ ।