ବ୍ରାହ୍ମଣୀ ନଦୀରେ ବୁଡ଼ି ୨ ଛାତ୍ର ମୃତ, ଜଣେ ଗୁରୁତର

.

Published On: Nov 14, 2017 04:56 PM IST | Updated On: Nov 14, 2017 06:03 PM IST |   463

ବଣେଇ: ଗାଧୋଉଥିବା ବେଳେ ନଦୀରେ ବୁଡି ୨ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି । ଏହି  ଘଟଣା ସୁନ୍ଦରଗଡ ଜିଲା ବଣେଇ ଉପଖଣ୍ଡ ଚାନ୍ଦିପୋଷ ଥାନା ଅନ୍ତର୍ଗତ ଦେଓଦର ନିକଟରେ ଥିବା ବ୍ରାହ୍ମଣୀ ନଦୀରେ ଘଟିଯାଇଛି । ଆଉଜଣେ ଛାତ୍ର ଗୁରୁତର ଥିବା ବେଳେ ତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ, ମଙ୍ଗଳବାର ସକାଳେ ରାଉରକେଲା ନାଲା ରୋଡ଼ରେ ଥିବା ଏକ ଶିକ୍ଷାନୁଷ୍ଠାନରୁ ପ୍ରାୟ ୩୫ ଜଣ ଛାତ୍ର ଚାନ୍ଦିପୋଷ ଥାନା ଅନ୍ତର୍ଗତ ବିରତୋଳା ନିକଟ ଏକ ପିକନିକ ସ୍ପଟକୁ ଭୋଜି କରିବା ପାଇଁ ଆସିଥିଲେ । ସେମାନଙ୍କ ମଧ୍ୟରୁ କିଛି ପିଲା ବ୍ରାହ୍ମଣୀ ନଦୀରେ ଗାଧୋଇବା ପାଇଁ ଯାଇଥିଲେ । ପରେ ଅସାବଧାନତା ଯୋଗୁଁ ୩ ଜଣ ଛାତ୍ର ପାଣିରେ ବୁଡି ଯାଇଥିଲେ । ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କୁ ଉଦ୍ଧାର କରାଯାଇ ଲହୁଣୀପଡ଼ା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଯାଇଥିଲା।  

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।