ଲଘୁଚାପ ନେବ ଭୀଷଣ ଅବପାତ ରୂପ: ୧୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

.

Published On: Nov 15, 2017 04:36 PM IST | Updated On: Nov 15, 2017 04:38 PM IST |   2533

କଟକ:ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଭୀଷଣ ଅବପାତର ରୂପ ନେବାର  ସମ୍ଭାବନା ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତକ ସ୍ଥାନରେ ପ୍ରବଳ ବର୍ଷାରୁ ଅତି ପ୍ରବଳ ସମ୍ଭାବନା ରହିଛି।ପଶ୍ଚିମ- ମଧ୍ୟ ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା  ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି ଏହା ମଧ୍ୟାହ୍ନ ସୁଦ୍ଧା ଗୋପାଳପୁରଠାରୁ ୫୬୫ କିଲୋମିଟର ଦୂରରେ ରହିଥିଲା।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଭୀଷଣ ଅବପାତର ରୂପ ନେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ପୁରୀ, ଗଞ୍ଜାମ, ଖୋର୍ଦ୍ଧା, କଟକ, ନୟାଗଡ, ଗଜପତି, ରାୟଗଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ।

Tags:

Like Us

Breaking News

ଜୟପୁର: ପ୍ରବୀଣ ତୋଗାଡିଆଙ୍କ ସମ୍ବାଦିକ ସମ୍ମିଳନୀ, ‘କହିଲେ ମୋ କଣ୍ଠରୋଧ କରିବାକୁ ଚେଷ୍ଟା କରାଯାଉଥିଲା’ ଆଫଗାନିସ୍ତାନ: କାବୁଲସ୍ଥିତ ଭାରତୀୟ ଦୂତାବାସ ଉପରକୁ ରକେଟ ମାଡ଼, ସାମାନ୍ୟ କ୍ଷୟକ୍ଷତି ସୂଚନା ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ମ୍ୟାଚରେ ବର୍ଷା ବାଧକ, ଖେଳ ବିଳମ୍ବ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକା ୬୮/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକାର ୨ ୱିକେଟର ପତନ, ଦକ୍ଷିଣ ଆଫ୍ରିକା ୧୦/୨ ।