ଲଘୁଚାପ ପ୍ରଭାବ: ୯ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା

.

Published On: Dec 07, 2017 06:25 PM IST |   1246

ଭୁବନେଶ୍ୱର:  ବଙ୍ଗୋପସାଗର ମଧ୍ୟରେ ଗତି କରୁଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ  ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଏହା  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୀଷଣ ଅବପାତର ରୂପ ନେବ। ଗୁରୁବାର ଅପରାହ୍ନ ୨ ସୁଦ୍ଧା ଏହା ଗୋପାଳପୁର ଠାରୁ  ଦକ୍ଷିଣ-ପୂର୍ବ ଦିଗରେ ବଙ୍ଗୋପ ସାଗର ମଧ୍ୟରେ ୭୮୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ଥିଲା। ୯ ତାରିଖ ସକାଳେ ଏହା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ୮ ତାରିଖରୁ ରାଜ୍ୟର ଦକ୍ଷିଣାଞ୍ଚଳ ଓ  ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା ରହିଛି। ୯ ତାରିଖରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୮ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡା  ସହ ଉପକୂଳ ବର୍ତ୍ତୀ ଓଡିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବ। ୯ ତାରିଖରେ ଉପକୂଳ ଓଡିଶା ସହ ଅଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା ରହିଛି। କୋରାପୁଟ, ରାୟଗଡା, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା,ପୁରୀ, କଟକ, କେନ୍ଦ୍ରପଡା ଓ ଯାଜପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

୧୦ ତାରିଖରେ ଉପକୂଳ ଓଡିଶା ସହ ଅଭ୍ୟନ୍ତରୀଣ ଓଡିଶାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କୋରାପୁଟ, ରାୟଗଡା, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରପଡା ,ଯାଜପୁର, ଭଦ୍ରକ, ବାଲେଶ୍ୱର, ଓ ଜଗତ ସିଂ ପୁରରେ ପ୍ରବଳବର୍ଷା ସମ୍ଭାବନା ରହିଛି। ୧୧ ତାରିଖରେ ବର୍ଷାର ପରିମାଣ ସାମାନ୍ୟ କମିବ । ଦକ୍ଷିଣ ଓ ଉତ୍ତର ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।  ଭଦ୍ରକ, ବାଲେଶ୍ୱର, ଜଗତସିଂପୁର, ଯାଜପୁର, କେନ୍ଦୁଝରଗଡ, ମୟୁରଭଞ୍ଜ ଓ ଢେଙ୍କାନାଳରେ କେତକ ସ୍ଥାନରେ ପ୍ରବଳ ବର୍ଷା ହୋଇ ପାରେ। ୧୨ ତାରିଖ ପର ଠାରୁ ବର୍ଷା କମିଯିବ ବୋଲି ଭୁବନେଶ୍ୱର  ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ  ମତ୍ସଜୀବୀମାନେ ସମୁଦ୍ର ଭିତରକୁ ନ ଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Tags:

Like Us

Breaking News

ଭୁବନେଶ୍ୱର : ଆଇଏଏସ ସ୍ତରରେ ଅଦଳବଦଳ, ୧୭ ଜଣ ପ୍ରଶାସନିକ ଅଧିକାରୀଙ୍କ ବଦଳି ହିମାଚଳରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହାରିଲେ ମୋଦିଙ୍କ ଟ୍ୱିଟ ‘ଜିତିଲା ବିକାଶ, ଜିତିଲା ଗୁଜୁରାଟ’ ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଶ୍ରୀଲଙ୍କା କ୍ରିକେଟ ଦଳ