୧୭ କୋଟି ଟଙ୍କାର ଗଞ୍ଜେଇ ଗଛ ପୋଡ଼ି ନଷ୍ଟ

.

Copy Editor RRM | Published On: Dec 14, 2017 08:18 PM IST |   143

କନ୍ଧମାଳ/ଅନୁଗୁଳ: କନ୍ଧମାଳ ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦେଶରେ ମାଓ ପ୍ରଭାବିତ ଲୁଇସିଙ୍ଗ ପଞ୍ଚାୟତରୁ ବହୁ କୋଟି ଟଙ୍କାର ଗଞ୍ଜେଇ ଗଛ ପୋଡ଼ି ନଷ୍ଟ କରାଯାଇଛି । କଦପଙ୍ଗା, ଲାଠିକୁମ୍ପା ଓ କଞ୍ଜାମଲ ଗ୍ରାମରେ ପ୍ରାୟ ୧୬୧ ଏକର ଜମିରେ ଚାଷ କରାଯାଇଥିବା ଗଞ୍ଜେଇ ଗଛ କାଟି ପୋଡ଼ି ନଷ୍ଟ କରାଯାଇଛି । ନଷ୍ଟ ହୋଇଥିବା ଗଞ୍ଜେଇ ମୂଲ୍ୟ ପ୍ରାୟ ୧୬ କୋଟି ଟଙ୍କା ହେବ ବୋଲି କୁହାଯାଇଛି । ସଦର ଏସ୍‌ଡିପିଓ ଏସ୍‌ଏନ୍‌ ମୁର୍ମୁ ଓ ଇଏମ୍‌ ଜ୍ୟୋତି ରଞ୍ଜନ ହୋତାଙ୍କ ଉପସ୍ଥିତିରେ ଏହି ଅଭିଯାନ ଚାଲିଥିଲା । ଏଥିରେ ସିଆରପିଏଫ୍‌, ଡିଭିଏଫ୍‌ ସାମିଲ ରହିଥିଲେ । ସେହିପରି ଅନୁଗୁଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ କଣଲୋଇରେ ୪ ଏକର ସରକାରୀ ଜମିରେ ଚାଷ କରାଯାଇଥିବା ଗଞ୍ଜେଇ ଗଛ କାଟି ପୋଡ଼ି ନଷ୍ଟ କରାଯାଇଛି । ନଷ୍ଟ କରାଯାଇଥିବା ଗଞ୍ଜେଇ ମୂଲ୍ୟ ୧ କୋଟି ୬୦ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି । ଏହି ସମୟରେ ଅବକାରୀ ବିଭାଗ, ଛେଣ୍ଡିପଦା ଥାନା ଅଧିକାରୀ ଓ କଣଲୋଇ ରାଜସ୍ୱ ଅଧିକାରୀ ଉପସ୍ଥିତ ଥିଲେ ।
Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।