ମ୍ୟାଜିକକୁ ଧକ୍କା ଦେଲା ଟ୍ରକ୍, ୪ ମୃତ ଓ ୫ ଗୁରୁତର

.

Published On: Dec 30, 2017 12:01 PM IST |   88

ଯାଜପୁର: ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥର ବାଘୁଆ ଛକ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି । ଏକ ଟ୍ରକ୍‌ ଓ ମ୍ୟାଜିକ ମୁହାଁମୁହିଁ ଧକ୍କା ଫଳରେ ଘଟରାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଜଣାପଡିଛି । ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।