ସିଆର୍‌ପିଏଫ୍‌ ଜବାନ ପ୍ରଦୀପ ପଣ୍ଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ସିଆର୍‌ପିଏଫ୍‌ ଜବାନ ପ୍ରଦୀପ ପଣ୍ଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Copy Editor AH | Published On: Dec 31, 2017 11:21 PM IST |   215


ଭୁବନେଶ୍ୱର : କାଶ୍ମୀରଠାରେ ଆତଙ୍କବାଦୀଙ୍କ ଆକ୍ରମଣରେ ୫ ସିଆର୍‌ପିଏଫ୍‌ ଜବାନଙ୍କ ସହିଦ ହେବା ନେଇ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏହି ଆକ୍ରମଣରେ ଓଡ଼ିଆ ଜବାନ ପ୍ରଦୀପ ପଣ୍ଡାଙ୍କ ମୃତ୍ୟୁ ଘଟିଛି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହିତ ତାଙ୍କ ଶୋକବାର୍ତ୍ତାରେ ସେ କହିଛନ୍ତି ଯେ ଦେଶମାତୃକାର ସେବାରେ ପ୍ରଦୀପ ପଣ୍ଡା ନିଜ ଜୀବନକୁ ଉତ୍ସର୍ଗ କରିଛନ୍ତି । ସ୍ୱର୍ଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।