ଆତଙ୍କବାଦୀଙ୍କ ଗୁଳିରେ ଓଡ଼ିଆ ଯବାନ ସହିଦ

ଆତଙ୍କବାଦୀଙ୍କ ଗୁଳିରେ ଓଡ଼ିଆ ଯବାନ ସହିଦ

Copy Editor AH | Published On: Dec 31, 2017 11:48 PM IST |   356


ରାଜଗାଙ୍ଗପୁର  : କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ୫ଜଣ ଯବାନ ସହିଦ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ଓଡ଼ିଆ ଜବାନ ସହିଦ ହୋଇ ଥିବା ଜଣାପଡିଛି। ସେ ହେଉଛନ୍ତି  ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଳକ ଲିପଲୋଇର ପ୍ରଦୀପ ପଣ୍ଡା ।  ଲିପଲୋଇର ପିତାମ୍ବର ପଣ୍ଡାଙ୍କ ପୁତ୍ର ପ୍ରଦୀପ ସିଆରପିଏଫର ୧୩୨ ବାଟାଲିୟନରେ ଯବାନ ଭାବରେ କାର୍ଯ୍ୟରତ ଥିଲେ। ରବିବାର କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଯାଇଛି ।  ସିଆରପିଏଫର ଜଣେ ବରିଷ୍ଠ ଅଧିକାରୀ ଫୋନ ଯୋଗେ ଏହି ଖବର ତାଙ୍କ ପିତାଙ୍କୁ ଜଣାଇଥିଲେ । ଖବର ମିଳିବା ପରେ ଲିପଲୋଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।