ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

Copy Editor AH | Published On: Jan 04, 2018 09:16 PM IST |   122


ପିପିଲି: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ନିର୍ମାଣ କରିବା ପାଇଁ ପିପିଲି ବ୍ଲକର ୩୦୨ଜଣ ହିତାଧିକାରୀଙ୍କୁ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ପଞ୍ଚାୟତରାଜ, କୃଷି ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ପ୍ରଦୀପ ମହାରଥୀ ଗୁରୁବାର କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି । ଏହି ଅବସରରେ ପିପିଲି ବ୍ଳକ ପରିସରରେ ବିଡିଓ ଶ୍ୟାମ ସୁନ୍ଦର ଟୁଡୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଶ୍ରୀ ମହାରଥୀ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ । ସେ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିବା ସହ ବୃଦ୍ଧ, ବୃଦ୍ଧାଙ୍କୁ କମ୍ବଳ ବଣ୍ଟନ କରିଥିଲେ । ବିଡିଓ ଶ୍ରୀଟୁଡୁ ଉକ୍ତ ଯୋଜନାରେ ଗୃହ ନିର୍ମାଣ କରିବାର ବିଭିନ୍ନ ନିୟମ ସଂପର୍କରେ ହିତାଧିକାରୀଙ୍କୁ ଅବଗତ କରାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପିପିଲି ବ୍ଲକ ଅଧ୍ୟକ୍ଷା କଳ୍ପନା ସାମନ୍ତରାୟ, ଉପାଧ୍ୟକ୍ଷ ଯୁଧିଷ୍ଠୀର ସ୍ୱାଇଁ, ଯୁବନେତା ତଥା ସମିତିସଭ୍ୟ ଧରଣୀଧର ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।