ଶୁକ୍ରବାର ରାଶିଫଳ

ଶୁକ୍ରବାର ରାଶିଫଳ

Copy Editor RKD | Published On: Jan 05, 2018 12:00 AM IST |   1305

ମେଷ: ପ୍ରତ୍ୟେକ କାର୍ଯ୍ୟ ତୁରନ୍ତ ସମାପନ କରିବାରେ ପ୍ରୟାସୀ ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ଅଧିକ ଧନଲାଭ ହୋଇପାରେ । ଧାର୍ମିକ ଓ ତେଜସ୍ୱୀ ହେବେ ।
ବୃଷ: ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ସୁଖୀ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି । କୃଷିକ୍ଷେତ୍ରରୁ ଲାଭ ମିଳିବ । ବୁଦ୍ଧିମାନ ହେବେ । ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
ମିଥୁନ: ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ଚିତ୍ତ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ମିଳିବ ।
କର୍କଟ: ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି । ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଏକ ପନôୀ ବ୍ରତକୁ ପାଥେୟ କରି ସଂସାରୀ ହେବେ । ମିତ୍ର ସୁଖ ମିଳିପାରେ । ବିଭିନ୍ନ ଦିଗରୁ ଧନାଗମ ହୋଇପାରେ ।
ସିଂହ: ସ୍ୱାଧୀନ ଚିନ୍ତାଧାରା ନେଇ କାର୍ଯ୍ୟ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇ ପାରନ୍ତି । ରଣକ୍ଷେତ୍ରରେ ଅଥବା ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ ।
କନ୍ୟା: କାର୍ଯ୍ୟ କରିବା ପାଇଁ ନିର୍ଭରଶୀଳ ହେବେ । ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଅମାୟିକ ବ୍ୟବହାର ଯୋଗୁଁ ସମାଜରେ ଆଦର ଲାଭ କରିବେ । ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି । ଏକାନ୍ତ ପ୍ରିୟ ହେବେ ।
ତୁଳା: ରୋଜଗାର ଓ ବିଭିନ୍ନ ସୂତ୍ରରୁ ଆୟ ଆଶାନୁରୂପ ହୋଇପାରେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଅସାଧ୍ୟ ସାଧନ କରି ଆତ୍ମ ତୃପ୍ତି ଲାଭ କରିବେ । ରାଜଦ୍ୱାରେ ସମ୍ମାନିତ ହୋଇପାରନ୍ତି ।
ବିଛା: ଅଧିକ ପରିଶ୍ରମ ପଡ଼ିଲେ ବି ତା’ର ମୂଲ୍ୟ ମିଳିବ । କୁଳ ଉଦ୍ଧାରକ ହୋଇପାରନ୍ତି । ଚିତ୍ତ ପ୍ରସନ୍ନ ରହିବ । ସ୍ୱାସ୍ଥ୍ୟ ଅତୁଟ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ଯଶ ଅର୍ଜନ କରିପାରନ୍ତି ।
ଧନୁ: ସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହେବେ ।
ମକର: ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି । ଈର୍ଷା ପରାୟଣ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ସ୍ୱାଭିମାନୀ ହୋଇପାରନ୍ତି । ବହୁ ବିଦ୍ୟାରେ ପାରଙ୍ଗମ ହେବେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହିବେ ।
କୁମ୍ଭ: ବହୁମିତ୍ର ବ୍ୟକ୍ତିଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ଅଧିକ ଧ୍ୟାନ ଦେଇପାରନ୍ତି । ଧୈର୍ଯ୍ୟବାନ ଓ ଶାନ୍ତ ସ୍ୱଭାବର ହେବେ । ପନôୀଙ୍କ ଇଙ୍ଗିତରେ ପରିଚାଳିତ ହୋଇପାରନ୍ତି । ବନ୍ଧୁ ସହାୟତା ମିଳିବ ।
ମୀନ: ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରି ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ । ବଦଖର୍ଚ୍ଚୀ ହୋଇପାରନ୍ତି । ଚକ୍ଷୁରେ ପୀଡ଼ା ଉପୁଜି ପାରେ ।

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।