ପୁରୀରେ ଗୁଳିମାଡ଼, ଜଣେ ଗୁରୁତର

.

Copy Editor RRM | Published On: Jan 07, 2018 11:43 AM IST |   202

ପୁରୀ: ରବିବାର ସକାଳେ ପୁରୀ-ଭୁବନେଶ୍ୱର ରାଜପଥ ପାର୍ଶ୍ୱରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ଗଙ୍ଗାଧର ଭୋଳ (୪୭)। ସୂଚନା ମୁତାବକ, ଗଙ୍ଗାଧର ବାଇକ ଯୋଗେ କାଠପୋଲ ନିକଟସ୍ଥ ଇଟାଭାଟିକୁ ଯାଉଥିବାବେଳେ କେତେଜଣ ବ୍ୟକ୍ତି ସେଠାରେ ପହଞ୍ଚିଥିଲେ। ଗଙ୍ଗାଧରଙ୍କୁ ସେମାନେ ମାରପିଟ କରିବା ସହ ଗୁଳି କରିଥିଲେ। ଗୁଳି ତାଙ୍କ ଜଂଘରେ ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ଘଟଣାସ୍ଥଳରୁ ଗୁଳି ଓ ଖୋକା ଜବତ ହୋଇଛି। ପୁଲିସ ଘଟଣାର ଅନୁସନ୍ଧାନ ଚଳାଇଛି।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।