ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ଦାବିରେ ବିଜେଡିର ବିକ୍ଷୋଭ

ଭବାନୀପାଟଣା ଓ ଖଇରପୁଟ ବ୍ଲକ ସମ୍ମୁଖରେ ଧାରଣା

Copy Editor AH | Published On: Jan 08, 2018 10:08 PM IST |   58


ଭୁବନେଶ୍ୱର/ଭବାନୀପାଟଣା : ଚାଷୀଙ୍କୁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରଦାନ ଦାବି ନେଇ ପୂର୍ବ ନିର୍ଦ୍ଧାରିତ ଘୋଷଣା ଅନୁଯାୟୀ ବିଜେଡି ଆଜିଠାରୁ ବିକ୍ଷୋଭ ଆରମ୍ଭ କରିଛି। ପ୍ରଥମ ଦିନରେ କଳାହାଣ୍ଡି ଜିଲାର ଭବାନୀପାଟଣା ବ୍ଲକ ଓ ମାଲକାନଗିରି ଜିଲାର ଖଇରପୁଟ ବ୍ଲକରେ ବିକ୍ଷୋଭ କରାଯାଇଛି। ବିକ୍ଷୋଭରେ ବିଜେଡିର ବହୁ ସଂଖ୍ୟକ ନେତା ଓ କର୍ମୀ ଯୋଗଦେଇଥିଲେ। ସେମାନେ କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ସ୍ଲୋଗାନ ଦେବା ସହ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ଉଭୟ ବ୍ଲକରେ ବିଜେଡି ପକ୍ଷରୁ ବିଡିଓଙ୍କ ଜରିଆରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯାଇଥିବା ବିଜେଡି ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


ଭବାନୀପାଟଣାରେ ବିଧାୟକ ଅନାମ ନାୟକ, ପୁଷ୍ପେନ୍ଦ୍ର ସିଂହଦେଓ, ଦିବ୍ୟଶଙ୍କର ମିଶ୍ର, ପୂର୍ବତନ ରାଜ୍ୟସଭା ସଦସ୍ୟ ଭୂପିନ୍ଦର ସିଂହ ଏବଂ ଖଇରପୁଟରେ ଚିତ୍ରକୋଣ୍ଡା ବିଧାୟକ ଡମ୍ବରୁ ସିସା, ମାଲକାନଗିରି ବିଧାୟକ ମାନସ ମାଡ଼କାମି ପ୍ରମୁଖ ବିକ୍ଷୋଭର ନେତୃତ୍ୱ ନେଇଥିଲେ। ବିଜେଡି ମହିଳା, ଯୁବ ଓ ଛାତ୍ର ସଂଗଠନର ଜିଲା ଓ ବ୍ଲକସ୍ତରର କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ସର୍ବାଧିକ ଧାନ ସଂଗ୍ରହକାରୀ ୧୨ଟି ଜିଲାରେ ପର୍ଯ୍ୟାୟକ୍ରମେ ବିକ୍ଷୋଭ ଓ ଧାରଣା କାର୍ଯ୍ୟକ୍ରମ ଚଳାଇବାକୁ ବିଜେଡି ନିଷ୍ପତ୍ତି ନେଇଛି।


ଚାଷୀଙ୍କୁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରଦାନ କ୍ଷେତ୍ରରେ କେନ୍ଦ୍ର ସରକାର ଆଉ ପୁନର୍ବିଚାର କରିବେ ନାହିଁ ବୋଲି କେନ୍ଦ୍ର କୃଷି ରାଷ୍ଟ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ରାଜ୍ୟସଭାରେ ଦେଇଥିବା ମନ୍ତବ୍ୟକୁ ବିଜେଡି ତୀବ୍ର ବିରୋଧ କରିଛି। ଓଡ଼ିଶାର ଚାଷୀକୁଳକୁ ଧାନ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ କ୍ୱିଣ୍ଟାଲ ପିଛା ୨୯୩୦ଟଙ୍କା ପ୍ରଦାନ ନେଇ ବିଧାନସଭାରେ ପ୍ରସ୍ତାବ ଗ୍ରହଣ କରାଯାଇଥିଲା।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।