ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦମ୍ପତ୍ତିଙ୍କ ସହ ପୁଅ ମୃତ

.

Published On: Jan 14, 2018 12:37 PM IST |   864

ଆନନ୍ଦପୁର: ଆନନ୍ଦପୁର ୨୦ ନମ୍ବର ଜାତୀୟ ରାଜପଥ କୋଳିମାଟି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ଆଜି ମକର ସଂକ୍ରନ୍ତି ଅବସରରେ ମା’ତାରିଣୀଙ୍କ ଦର୍ଶନ ପାଇଁ ଯାଉଥିବା ଏକ ପରିବାର ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ଦୁର୍ଘଟଣାସ୍ଥଳରେ ଆମ୍ବୁଲାନ୍ସ ପହଞ୍ଚିବା ବେଳକୁ ସେମାନଙ୍କର ମୃତ୍ୟୁ ହୋଇ ସାରିଥିଲା।

ସୂଚନାଯୋଗ୍ୟ, ଆଜି ସକାଳେ ଗୋଟିଏ ବାଇକରେ ସ୍ବାମୀ, ସ୍ତ୍ର ଓ ୧୦ ବର୍ଷର ପୁଅ ଘଟଗାଁ ତାରିଣୀ ଦର୍ଶନ କରିବାକୁ ଯାଉଥିବା ବେଳେ ଜାତୀୟ ରାଜପଥ ଉପରେ ଏକ ଟ୍ରକ୍ ସେମାନଙ୍କ ଉପରେ ଚଢ଼ି ଯାଇଥିଲା।  ଫଳରେ ଘଟଣାସ୍ଥଳରେ ହିଁ ସେମାନଙ୍କର ମୃତ୍ୟୁ ଘଟିଥିଲା । ଦୁର୍ଘଟଣାସ୍ଥଳରେ ଭିଡ ଜମିବାରୁ କିଛି ସମୟ ପାଇଁ ଗାଡି ଚଳାଚଳ ବନ୍ଦ ରହିଥିଲା।

 

Tags:

Like Us

Breaking News

ସି ସୋର ମୁଖ୍ୟ ପ୍ରଶାନ୍ତ ଦାଶଙ୍କୁ ମିଳିଲା ଜାମିନ, ଜାମିନ ପ୍ରଦାନ କଲେ ଢେଙ୍କାନାଳ ଜିଲ୍ଲା ଜଜ୍‌ ବାଲେଶ୍ବର : ରେମୁଣା ଥାନା ଜଗନ୍ନାଥପୁର ଗାଁରେ ସ୍ବାମୀ ଜାଳିଦେଲା ସ୍ତ୍ରୀର ଘର । ବ୍ରହ୍ମପୁର: ନିଆଁରେ ଜଳିଗଲା ୯୦ ବଖରା ଘର ଜଗତସିଂହପୁର: ଭିଜିଲାନ୍ସ ଜାଲରେ କୁଜଙ୍ଗ ଆରଆଇ, ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗିରଫ