ଦୁର୍ବଳ ହେଉଛି “ଅସାନି” : ପୁରୀ ଠାରୁ ୫୧୦ କିମି ଦୂରରେ ବାତ୍ୟା

ଭୁବନେଶ୍ବର : ଭୀଷଣ ବାତ୍ୟା “ଅସାନି” ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୫୧୦ କିମି ଏବଂ ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ୫୧୦କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏବେ ଏହାର ଗତି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୨ କିମି ରହିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଦୁର୍ବଳ ହୋଇଏକ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଗତକାଲି ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ମଙ୍ଗଳବାରଠାରୁ ରାଜ୍ୟର ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ  ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Comments are closed.