www.samajalive.in
Monday, December 15, 2025
26.1 C
Bhubaneswar

ସ୍ତ୍ରୀର ଅଶ୍ଳୀଳ ଭିଡିଓ ଭାଇରାଲ କରି ସ୍ୱାମୀ ଗିରଫ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ଅଞ୍ଚଳରେ ସ୍ତ୍ରୀର ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଘଟଣାରେ ଅଭିଯୁକ୍ତ ସ୍ଵାମୀକୁ ଗିରଫ କରିଛି ପୁଲିସ। ଅଭିଯୁକ୍ତ ଜଣକ ହେଲେ ଜିତେନ୍ଦ୍ର ତାଣ୍ଡି(୩୧)। ଏ ନେଇ ଜିତେନ୍ଦ୍ରଙ୍କ ସ୍ତ୍ରୀ ଥାନା​‌ରେ ଅଭିଯୋଗ କରିଥିଲେ।

ସୂଚନା ଅନୁସାରେ, ତୁରେକେଲା ଥାନା ଅନ୍ତର୍ଗତ ଗୁର୍ଜି ଭଟା ଗାଁର ଜଣେ ଯୁବତୀଙ୍କୁ ଜିତେନ୍ଦ୍ର ପ୍ରେମ ବିବାହ କରିଥିଲେ। ଗତ ୬ ମାସ ହେବ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥିଲା। ଫଳରେ ଉଭୟେ ଅଲଗା ରହୁଥିଲେ। ଜିତେନ୍ଦ୍ର ଅନେକ ଥର ଭିଡିଓ କଲ୍‌ କରି ସ୍ତ୍ରୀକୁ ଧମକ ଚମକ ଦେବା ସହ ପୂର୍ବରୁ ରଖିଥିବା ଏକ ଅଶ୍ଳୀଳ ଭିଡିଓକୁ ଇନଷ୍ଟାଗ୍ରାମରେ ଭାଇରାଲ କରିଦେଇଥିଲେ। ଏ ନେଇ ତାଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ କରିବା ପରେ ପୁଲିସ ଏକ ମାମଲା ରୁଜୁ କରି ଜିତେନ୍ଦ୍ରଙ୍କୁ ଗିରଫ କରିଥିଲା। ପରେ ତାଙ୍କୁ କଣ୍ଟାବାଞ୍ଜି ଜେଏମଏଫସିକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ କଣ୍ଟାବାଞ୍ଜି ଉପକାରାଗାରକୁ ପଠାଇ ଦିଆଯାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ରାକେଶ ବେହେରା ସୂଚନା ଦେଇଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories