www.samajalive.in
Saturday, December 13, 2025
14.1 C
Bhubaneswar

ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର: ବାରଙ୍ଗରେ ହେବ ଦ୍ୱିତୀୟ କ୍ୟାମ୍ପସ

କଟକ/ବାରଙ୍ଗ:କର୍କଟରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟରେ ଏକମାତ୍ର ସରକାରୀ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର ରହିଛି। କର୍କଟରୋଗୀଙ୍କୁ ଏଠାରେ ଉନ୍ନତ ସ୍ୱାସ୍ଥ୍ୟସେବା ମିଳିପାରୁନାହିଁ। ବହୁ ରୋଗୀ ଶଯ୍ୟା ନ ପାଇ ବାରଣ୍ଡାରେ ଅତି ଦୟନୀୟ ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ବର୍ଦ୍ଧିତ କର୍କଟରୋଗୀଙ୍କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କର୍କଟ କେନ୍ଦ୍ରର ଦ୍ୱିତୀୟ କ୍ୟାମ୍ପସ ବାରଙ୍ଗରେ ସ୍ଥାପନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଶନିବାର କର୍କଟକେନ୍ଦ୍ର ନିର୍ଦେଶକଙ୍କ ସମେତ ବିଭିନ୍ନ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏହି ବ୍ଲକ ଅନ୍ତର୍ଗତ ରାମଦାଶପୁର ପଞ୍ଚାୟତର ଚଣ୍ଡୀପ୍ରସାଦ ଅଞ୍ଚଳରେ ଥିବା ଜମି ଅନୁଧ୍ୟାନ କରିଥିଲେ। ପ୍ରାୟ ୨୫ଏକର ଜମିରେ କର୍କଟ କେନ୍ଦ୍ରର ଦ୍ୱିତୀୟ କ୍ୟାମ୍ପସ ନିର୍ମାଣ କରାଯିବ। ଜମି ଚିହ୍ନଟ ହେବା ପରେ କେନ୍ଦ୍ର କର୍ତ୍ତୃପକ୍ଷ ସରକାରଙ୍କୁ ଏ ସଂକ୍ରାନ୍ତରେ ରିପୋର୍ଟ ପ୍ରଦାନ କରିବେ। ରିପୋର୍ଟ ପରେ ଦ୍ୱିତୀୟ କ୍ୟାମ୍ପସ ନିର୍ମାଣ ପାଇଁ ସରକାର ଅର୍ଥ ବ୍ୟବସ୍ଥା କରିବେ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। କର୍କଟକେନ୍ଦ୍ର ନିର୍ଦେଶକ ଡା. ଲଲାଟେନ୍ଦୁ ଷଡ଼ଙ୍ଗୀ, ପ୍ରଶାସନିକ ଅଧିକାରୀ ରୁଦ୍ରପ୍ରସାଦ ଦାସ, ସିଡିଏମଓ ଡା. ବିଭୁତି ନାୟକ, ପୂର୍ତ୍ତ ବିଭାଗର ସହକାରୀଯନ୍ତ୍ରୀ ଇଂ ପର୍ଶୁରାମ ସାହୁଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Hot this week

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

Related Articles

Popular Categories