www.samajalive.in
Saturday, December 6, 2025
19.1 C
Bhubaneswar

ଆତଙ୍କବାଦୀ ଗୁଳିରେ ଦୁଇ ମୃତ, ୧ ଆହତ

ଶ୍ରୀନଗର: ପୌର ନିର୍ବାଚନ ପୂର୍ବରୁ ଆତଙ୍କବାଦୀମାନେ ଜାମ୍ମୁ-କାଶ୍ମୀରରେ ଆତଙ୍କ ସୃଷ୍ଟି ପାଇଁ ଉଦ୍ୟମ କରିଛନ୍ତି। ଆତଙ୍କବାଦୀଙ୍କ ଗୁଳିରେ ଦୁଇ ଜଣ ନାଗରିକ ପ୍ରାଣ ହରାଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଶ୍ରୀନଗର କେନ୍ଦ୍ରସ୍ଥଳରେ ଶୁକ୍ରବାର ସକାଳେ ଘଟିଛି ଏହି ଘଟଣା। ମୃତକ ଦୁଇଜଣ ନ୍ୟାଶ୍‍ନାଲ୍‍ କନ୍‍ଫେରେନ୍ସର କର୍ମୀ ବୋଲି ଜଣାପଡ଼ିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫ୍‍ତି ଓ ଓମାର ଅବଦୁଲ୍ଲା ଘଟଣାର ତୀବ୍ର ନିନ୍ଦା କରିଛନ୍ତି।
ପୁଲିସ ସୂଚନା ଅନୁଯାୟୀ, ଆତଙ୍କବାଦୀମାନେ କାରଫାଲି ମୋହାଲା ଅଞ୍ଚଳରେ ଏହି କାଣ୍ଡ ଭିଆଇଛନ୍ତି। ଖୁବ୍‍ ନିକଟରୁ ସେମାନେ ଲୋକଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହି ଆକ୍ରମଣ ଘଟଣା ପଛରେ ହିଜବୁଲ୍‍ ମୁଜାହିଦ୍ଦିନ ସଂଗଠନର ହାତ ଥାଇପାରେ ବୋଲି ସନ୍ଦେହ କରାଯାଉଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories