www.samajalive.in
Sunday, December 14, 2025
19.1 C
Bhubaneswar

‘ଆମ ଗାଁ ଆମ ବିକାଶ’ ଭିଡିଓ ଭ୍ୟାନର ଶୁଭାରମ୍ଭ

ଗାଁରୁ ସଚିବାଳୟ ସିଧାସଳଖ ଯୋଗାଯୋଗ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଚିବାଳୟରୁ ଶନିବାର ସନ୍ଧ୍ୟାରେ ‘ଆମ ଗାଁ ଆମ ବିକାଶ’ ଭିଡିଓ ଭ୍ୟାନର ଶୁଭାରମ୍ଭ କରିଛନ୍ତି। ଏହି ଭ୍ୟାନଗୁଡ଼ିକ ଜରିଆରେ ଗାଁରୁ ସଚିବାଳୟ ସହ ସିଧାସଳଖ ଯୋଗାଯୋଗ ସ୍ଥାପନ କରାଯାଇପାରିବ। ଏଥିନିମନ୍ତେ ସଚିବାଳୟ ତୃତୀୟ ମହଲା ସମ୍ମିଳନୀ କକ୍ଷ ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ଉଚ୍ଚ ବୈଷୟିକ ଜ୍ଞାନକୌଶଳ ସମ୍ପନ୍ନ ଭିଡିଓ ୱାଲ ସ୍ଥାପନ କରାଯାଇଛି। ଏହି ନୂତନ ବ୍ୟବସ୍ଥା ଦ୍ୱାରା ଗ୍ରାମାଞ୍ଚଳ ଲୋକଙ୍କ ସମସ୍ୟା ସିଧାସଳଖ ସଚିବାଳୟରେ ପହଞ୍ଚିବା ସହ ସେସବୁର ତ୍ୱରିତ ସମାଧାନ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି। ଏହି କାର୍ଯ୍ୟକ୍ରମରେ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀ, କ୍ରୀଡା ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଚନ୍ଦ୍ରସାରଥି ବେହେରା ଓ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories