www.samajalive.in
Saturday, December 6, 2025
26.1 C
Bhubaneswar

ଏନ୍‍କାଉଣ୍ଟରରେ ୨ଆତଙ୍କବାଦୀ ନିହତ

ଜାମ୍ମୁ-କାଶ୍ମୀର: ସୁରକ୍ଷା କର୍ମୀଙ୍କ ଗୁଳିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ଆତଙ୍କବାଦୀମାନେ ହିଜବୁଲ୍‍ ମୁଜାହିଦ୍ଦିନ ଆତଙ୍କବାଦୀ ସଂଗଠନର ସଦସ୍ୟ ବୋଲି ଜଣାପଡ଼ିଛି।
ପୁଲିସ ସୂଚନା ଅନୁଯାୟୀ, ଜାମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲା ମୁନିୱାର୍ଡ ଗ୍ରାମର ଏକ ଘରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀମାନେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ। ଏହି ସମୟରେ ଏକ ବନ୍ଦ ଘର ଭିତରୁ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ ଆରମ୍ଭ ହୋଇଥିଲା। ଏହାପରେ ସୁରକ୍ଷାକର୍ମୀମାନେ ପାଲଟା ଗୁଳି ଚାଳନା କରିଥିଲେ। କିଛି ସମୟ ପରେ ପୁଲିସ ଗୁଳିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଥିଲା। ମୃତକଙ୍କ ମଧ୍ୟରୁ ଜଣେ ହିଜବୁଲ୍‍ ମୁଜାହିଦ୍ଦିନର ଦୁର୍ଦ୍ଦାନ୍ତ ଆତଙ୍କବାଦୀ ଆଲ୍‍ତାଫ୍‍ କାଛ୍ରୁ ବୋଲି ଜଣାପଡ଼ିଥିବା ବେଳେ ଅନ୍ୟ ଜଣଙ୍କୁ ଚିହ୍ନଟ କରାଯାଇପାରିନାହିଁ। ପୁଲିସ ଓ ସାଧାରଣ ନାଗରିକଙ୍କୁ ହତ୍ୟା ଏବଂ ଆତଙ୍କ ସୃଷ୍ଟିରେ ଆଲ୍‍ତାଫର ସମ୍ପୃକ୍ତି ରହିଛି। ଏନ୍‍କାଉଣ୍ଟର ଜାରି ରହିଛି। ଘର ଭିତରେ ଆହୁରି ବହୁ ଆତଙ୍କବାଦୀ ଲୁଚିଥିବା ପୁଲିସ ସନ୍ଦେହ କରୁଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories