www.samajalive.in
Monday, December 8, 2025
27.1 C
Bhubaneswar

ଏସିଆଡ୍ ପଦକ ବିଜେତା ହକି ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର: ସଦ୍ୟ ସମାପ୍ତ ହୋଇଥିବା ଏସିଆନ ଗେମ୍ସରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ଏବଂ ମହିଳା ହକି ଦଳ ରୌପ୍ୟ ପଦକ ହାସଲ କରିଥିଲା। ଭାରତୀୟ ହକି ଦଳର ପ୍ରତିନିଧିତ୍ୱ କରିଥିବା ଓଡିଆ ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସଚିବାଳୟରେ ସମ୍ବର୍ଦ୍ଧିତ କରିବା ସହ ଆର୍ଥିକ ପୁରସ୍କାର ପ୍ରଦାନ କରିଛନ୍ତି।
ମହିଳା ହକି ଦଳର ପ୍ରତିନିଧିତ୍ୱ କରିଥିବା ସୁନିତା ଲାକ୍ରା, ଲିଲିମା ମିଞ୍ଜ, ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋ ପ୍ରତ୍ୟେକଙ୍କୁ ୧କୋଟି ଟଙ୍କା ପ୍ରଦାନ କରା ଯାଇଥିଲା ବେଳେ ପୁରୁଷ ଦଳରେ ସାମିଲ ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ୫୦ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଖେଳାଳିଙ୍କ କୃତିତ୍ୱକୁ ପ୍ରଶଂସା କରିବା ସହ ଅଭିନନ୍ଦନ ଜଣାଇଥିଲେ। ସେମାନଙ୍କ ଏହି କୃତିତ୍ୱ ପାଇଁ ଦେଶ ଓ ରାଜ୍ୟବାସୀ ଗର୍ବିତ ବୋଲି କହିବା ସହ ଏହି ଖେଳାଳିଙ୍କୁ ଆଗାମୀ ଦିନରେ ଆବଶ୍ୟକୀୟ ସହାୟତା ରାଜ୍ୟ ସରକାର ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏତଦ୍‍ବ୍ୟତୀତ ଏସିଆଡରେ ଅଂଶଗ୍ରହଣ କରିଥିବା ଜଉନା ମୁର୍ମୁ ଓ ପୂର୍ଣ୍ଣିମା ହେମ୍ବ୍ରମଙ୍କୁ ମୁଖ୍ୟମନ୍ତ୍ରୀ ୭.୫ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରିଥିଲେ। ସେହିପରି ୨୦୧୭ ବର୍ଷ ପାଇଁ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ପାଇଥିବା ସୁନିତା ଲାକ୍ରା ଓ ଅମିତ ରୋହିଦାସ ରାଜ୍ୟସ୍ତରୀୟ ଉତ୍ସବରେ ଅନୁପସ୍ଥିତ ଥିବାରୁ ସେମାନଙ୍କୁ ପୁରସ୍କୃତ କରା ଯାଇଥିଲା। ଉଭୟଙ୍କୁ ମୁଖ୍ୟମନ୍ତ୍ରୀ ପ୍ଲେୟର ଅଫ ଦି ଇୟର-୨୦୧୭ ଟ୍ରଫି, ମାନପତ୍ର ସହ ୨ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରିଥିଲେ। ସଚିବାଳୟରେ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କ୍ରୀଡା ମନ୍ତ୍ରୀ ଚନ୍ଦ୍ରସାରଥୀ ବେହେରା, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ, ଉନ୍ନୟନ କମିଶନର ଆର୍. ବାଲକୃଷ୍ଣନ୍, କ୍ରୀଡ଼ା ଓ ଯୁବସେବା ସଚିବ ବିଶାଳ ଦେବ ଏବଂ କ୍ରୀଡ଼ା ନିର୍ଦେଶକ ଆର୍. ବିନୀଳ କୃଷ୍ଣ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories