www.samajalive.in
Saturday, December 6, 2025
16.1 C
Bhubaneswar

ଓଡ଼ିଶା ଉପକୂଳ ଅତିକ୍ରମ କଲା ଡାଏ

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଝଡ଼ ‘ଡାଏ’ ଗୁରୁବାର ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିଛି। ଏହାର ପ୍ରଭାବରେ ସେଭଳି କିଛି କ୍ଷୟକ୍ଷତି ହୋଇ ନଥିଲେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ସ୍ଥଳ ଭାଗ ଛୁଇଁବା ପରେ ଡାଏ ଦୁର୍ବଳ ହେବାରୁ ସେତେଟା କ୍ଷୟକ୍ଷତି ହୋଇନାହିଁ। କିନ୍ତୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ନଦୀରେ ଜଳପତ୍ତନ ବୃଦ୍ଧି ପାଇଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଅବପାତ ଗତ ୬ ଘଣ୍ଟା ଭିତରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ଛତିଶଗଡ଼ ମୁହାଁ ହୋଇଛି। ଆଜି ସକାଳ ୮ଟା ବେଳେ ‘ଡାଏ’ ଓଡ଼ିଶାର ଟିଟିଲାଗଡ଼ଠାରୁ ୮୦ କିମି ଦୂର ପୂର୍ବ ଓ ଦକ୍ଷିଣପୂର୍ବ ଛତିଶଗଡ଼ର ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ଦୁର୍ବଳ ହୋଇଯିବ।
‘ଡାଏ’ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି। ଏହାଫଳରେ କୋଲାବ ଜଳଭଣଣ୍ଡାର ଜଳସ୍ତର ବଢ଼ିଛି। ତେଣୁ ଆଜି ସକାଳୁ ଜଳଭଣ୍ଡାରର ଦୁଇଟି ଗେଟ୍‍ ଖୋଲି ଦିଆଯାଇଛି। ସେହିପରି ବାଲେଶ୍ୱର ଜିଲାର ମଥାନିଠାରେ ଜଳକା ନଦୀ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ବୈତରଣୀ ନଦୀ ଆଖୁଆପଡ଼ଠାରେ ବିପଦସଙ୍କେତର ସାମାନ୍ୟ ତଳେ ପ୍ରବାହିତ ହେଉଛି।

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories