କୋରାପୁଟ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

0

କୋରାପୁଟ: ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟାରେ ଜାତୀୟ ରାଜପଥ ୨୬ର କୋରାପୁଟ-ଜୟପୁର କଫି ବୋର୍ଡ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାରକୁ ଟିପ୍ପର ଧକ୍କା ଦେବାରୁ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିଲେ। ତେବେ ଆହତଙ୍କୁ ବିଶାଖାପାଟଣା ସ୍ଥାନାନ୍ତର ସମୟରେ ବାଟରେ ତାଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ କୋରାପୁଟ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀ ବୋଲି ଜଣାପଡ଼ିଛି। ସ୍କୁଲରୁ ଭୋଜି ସାରି ଘରକୁ ଫେରିବାବେଳେ ଏହି ଦୁର୍ଘଟଣା ଘଟିଥିବା କୁହାଯାଇଛି।

Leave A Reply