www.samajalive.in
Monday, December 15, 2025
24.1 C
Bhubaneswar

ଗଛକୁ ଧକ୍କା ଦେଲା ଗାଡ଼ି : ମନ୍ତ୍ରୀଙ୍କ ଭଉଣୀ ସମେତ ୫ ଗୁରୁତର

ଦଶପଲ୍ଲା : ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପିଏସ୍ଓ ସୁବଳ ମାଝୀଙ୍କ ଗାଡ଼ି ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅନ୍ତର୍ଗତ ଖୋର୍ଦ୍ଧା-ବଲାଙ୍ଗିର ଜାତୀୟ ରାଜପଥର ରଙ୍ଗମାଟିଆ ନିକଟରେ ଗଛକୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମନ୍ତ୍ରୀଙ୍କ ଭଉଣୀ ଜୟମଣୀ ମାଝୀ, ପିଏସ୍‌ଓ ଶ୍ରୀ ମାଝୀଙ୍କ ସମେତ ୫ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ନବରଙ୍ଗପୁରରୁ ଭୁବନେଶ୍ବର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। କୁହୁଡ଼ି ଯୋଗୁଁ ଗାଡ଼ି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିବା କୁହାଯାଉଛି। ଗାଡ଼ି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ଖବର ପାଇ ନିକଟ ଗାଁ ଲୋକେ ଘଟଣାସ୍ଥଳକୁ ଦୌଡ଼ି ଆସି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇଥିଲେ। ଆହତଙ୍କୁ ପ୍ରଥମେ ଦଶପଲ୍ଲା ଡାକ୍ତରଖାନାରେ ଓ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଗୁରୁତର ଥିବାରୁ ସେମାନଙ୍କୁ ଭୁବନେଶ୍ବର ଏମ୍ସ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ପୁଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ କାର୍‌କୁ କ୍ରେନ ଜରିଆରେ ଥାନାକୁ ନେଇଛି। ଏହି କାର୍‌ରେ ମନ୍ତ୍ରୀଙ୍କ ଭଉଣୀ, ପିଏସଓ ଶ୍ରୀ ମାଝୀଙ୍କ ସମେତ ଧୂର୍ବଳ ମାଝୀ, କମଳା ମାଝୀ, ନବୀନ ବାର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories