www.samajalive.in
Sunday, December 7, 2025
26.1 C
Bhubaneswar

ଗୁରୁବାର ରାଶିଫଳ

ମେଷ: ବ୍ୟବସାୟରେ ଲାଭଜନକ ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମୋକଦ୍ଦମାରେ ଜିଣିବେ ଓ ଧନଲାଭ ହେବ। ନୂଆବନ୍ଧୁ ଜୁଟିବେ। ଘାତଚନ୍ଦ୍ର ହେତୁ ସତର୍କ ହେବେ।

ବୃଷ: ବିବାଦୀୟ ଘଟଣାରେ ବିଜୟୀ ହେବେ। ଚଞ୍ଚଳ ସ୍ୱଭାବର ହୋଇପାରନ୍ତି। ଥଣ୍ଡା କଫ ଜନିତ ପୀଡ଼ା ଅନୁଭବ କରିବେ। ମଧୁରଭାଷୀ ହେବେ। ଅଧିକ ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ଗୁପ୍ତବିଦ୍ୟାରେ ରୁଚି ରହିବ। ଜ୍ଞାନୀ ହେବେ।

- Advertisement -

ମିଥୁନ: ବନ୍ଧୁ ମେଳରେ ସମୟ ବିତାଇ ପାରନ୍ତି। ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ଓ ଧନପ୍ରାପ୍ତ ହେବେ।

କର୍କଟ: ବିପଦରୁ ଉଧୁରୀ ଯିବେ। ସୁଖ-ସନ୍ତୋଷରେ ଦିନଟି ଅତିବାହିତ କରିପାରନ୍ତି। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ସରକାରୀ ଅର୍ଥ ମିଳିପାରେ। ଯଶଲାଭ କରିପାରନ୍ତି।

ସିଂହ: ଜଗନ୍ନାଥଙ୍କ ଦର୍ଶନ ଲାଭ କରିବାର ସୁଯୋଗ ସୃଷ୍ଟି ହୋଇଛି। ସତ୍ସଙ୍ଗୀ ହେବେ। ଭାଗ୍ୟବାନ ହେବେ। ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ବିଦ୍ୱାନ ଓ ସାହସୀ ହେବେ।

କନ୍ୟା: ସୁସ୍ଥ ଓ ନିରାମୟ ରହିବେ। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନ ଚଳାଚଳ, ଉଚ୍ଚ ସ୍ଥାନ ଆରୋହଣ ଓ ଜଳଯାତ୍ରାରେ ସତର୍କ ହେବେ।

ତୁଳା: ବହୁ ମିତ୍ରଙ୍କ ସାନ୍ନିଧ୍ୟ ଓ ସହଯୋଗ ମିଳିବ। ବ୍ୟବସାୟ ଲାଭଜନକ ହୋଇପାରେ। ସେବା ମନୋଭାବର ହୋଇପାରନ୍ତି। ବେଳେବେଳେ ମନରେ ଅହଂଭାବ ଆସିପାରେ। ଶାନ୍ତ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ଗ୍ରହଣ କରିବେ।

ବିଛା: ହଜିଯାଇଥିବା ଦ୍ରବ୍ୟ ଖୋଜିଲେ ପାଇବେ। ଧୈର୍ଯର୍୍ୟବାନ୍ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁଦମନ କରି ଆଶ୍ୱସ୍ତ ହେବେ। ଚାକିରିରେ ସୁନାମ ଅର୍ଜନ କରିବେ।

ଧନୁ: ଧନ ଅର୍ଜନ କରିବା ସହିତ ଧର୍ମମତି ହୋଇପାରନ୍ତି। ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଉଦ୍ୟମ ଜାରି ରଖିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ସୁଶୀଳା ଓ ଆଜ୍ଞାକାରିଣୀ ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ମକର: ସତର୍କ ନ ରହିଲେ ଦ୍ରବ୍ୟ ନଷ୍ଟ ହେବାର ସମ୍ଭାବନା ଅଛି। ଉଦାର ସ୍ୱଭାବର ହେବେ। ଦାନ-ଧର୍ମକୁ ଶ୍ରେୟ ମଣିବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କ୍ଷେତ୍ର ଉପରେ ଧ୍ୟାନ ଦେଇପାରନ୍ତି। ବୁଦ୍ଧିମାନ ହୋଇ ପାରନ୍ତି।

କୁମ୍ଭ: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁର ସମ୍ଭାଷଣରେ ପରକୁ ଆପଣାର କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ବନ୍ଧୁ ପ୍ରେମୀ ଓ ବିଦ୍ୱାନ ହେବେ।

ମୀନ: କର୍ମକ୍ଷେତ୍ରର ମାର୍ଗ ଉନ୍ମମୁକ୍ତ ରହିଛି। ଆଗକୁ ବଢ଼ି ଚାଲିବେ। ପରମ ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ପତ୍ନୀ ବିଳାସୀ ହେବେ। ମିତ୍ର ସୁଖଲାଭ କରିବେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories