www.samajalive.in
Friday, December 5, 2025
20.1 C
Bhubaneswar

ଚଳିତ ବର୍ଷ ୧୯ଟି ନୂଆ ଡାଏଲିସିସ୍ କେନ୍ଦ୍ର କାର୍ଯ୍ୟକ୍ଷମ, ଆଉ ୭ଟି ଖୁବ୍‌ଶୀଘ୍ର ଖୋଲିବ

ଭୁବନେଶ୍ୱର: ଜଗତସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ପିପିପି ବ୍ୟବସ୍ଥାରେ ଏକ ଡାଏଲିସିସ୍ କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି । ଏହାକୁ ମିଶାଇ ୨୦୧୮-୧୯ ଆର୍ଥିକବର୍ଷରେ ଏ ପର୍ଯ୍ୟନ୍ତ ୧୯ ଟି ନୂତନ ଡାଏଲିସିସ୍ କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଖୁବଶୀଘ୍ର ଆଉ ୭ ଟି କେନ୍ଦ୍ର ଖୋଲିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।
ପୂର୍ବରୁ ୧୭ ଟି ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ଗୋଟିଏ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏହି ବ୍ୟବସ୍ଥା ଆରମ୍ଭ କରାଯାଇଥିଲା । କ୍ୟାପିଟାଲ ହସ୍ପିଟାଲ, ଅନୁଗୋଳ, ବାଲେଶ୍ୱର, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ଢେଙ୍କାନାଳ, କଳାହାଣ୍ଡି, ନୂଆପଡା, କେନ୍ଦୁଝର, କୋରାପୁଟ, ନୟାଗଡ, ପୁରୀ, ରାୟଗଡା, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟ ସମେତ ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ନୂତନ କରି ଆରମ୍ଭ ହୋଇଥିବା ଡାଏଲିସିସ୍ କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଏହି କେନ୍ଦ୍ରଗୁଡିକ ପିପିପିି ବ୍ୟବସ୍ଥାରେ କାର୍ଯ୍ୟ କରୁଛି। ସେଠାରେ ବିନା ମୂଲ୍ୟରେ ରୋଗୀ ଚିହ୍ନଟ, ଡାକ୍ତରୀ ପରୀକ୍ଷା ଓ ଚିକିତ୍ସା ସୁବିଧା ସହ ମାଗଣା ଡାଏଲିସିସ୍ ସୁବିଧା ଉପଲବ୍ଧ କରାଯାଇଛି। ଉପରୋକ୍ତ ସମସ୍ତ କେନ୍ଦ୍ରରେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ କିଡନୀଜନିତ ରୋଗୀଙ୍କର ମୋଟ ୨୮୬୬୫ ଥର ମାଗଣାରେ ଡାଏଲିସିସ୍ କରାଯାଇଥିବା ମନ୍ତ୍ରୀ ଶ୍ରୀ ଜେନା ସୂଚନା ଦେଇଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories