www.samajalive.in
Tuesday, December 9, 2025
17.1 C
Bhubaneswar

ଛତୁ ମସଲା

ଆବଶ୍ୟକ ସାମଗ୍ରୀ
ଛତୁ – ୪୦୦ ଗ୍ରାମ
ତେଲ – ଆବଶ୍ୟକ ଅନୁଯାୟୀ
ହଳଦୀ ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ଲଙ୍କା ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ଲୁଣ – ଆବଶ୍ୟକ ଅନୁଯାୟୀ
କଟା ପିଆଜ – ୨ଟି
କଟା ଆଳୁ – ୨ଟି
କଟା ଟମାଟୋ – ୧ଟି
ଅଦା ରସୁଣ ବଟା – ୨ ଚାମଚ
ପଞ୍ଚଫୁଟଣ – ଅଳ୍ପ
ଧନିଆ ଗୁଣ୍ଡ – ୧ଚାମଚ
ଜିରା ଗୁଣ୍ଡ – ୧ ଚାମଚ
ଗରମ ମସଲା – ୧ ଚାମଚ
ଧନିଆ ପତ୍ର – ଆବଶ୍ୟକ ଅନୁଯାୟୀ
ତେନ୍ତୁଳି ରସ – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଛତୁକୁ ଧୋଇ ଏକ ପାତ୍ରରେ ରଖନ୍ତୁ। ଏହା ପରେ ଗ୍ୟାସ ଲଗାଇ କଡ଼େଇ ବସାନ୍ତୁ। କଡ଼େଇ ରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ଛତୁ ଭାଜନ୍ତୁ। ଭାଜିବା ସମୟରେ ସାମାନ୍ୟ ଲୁଣ, ହଳଦୀ ଗୁଣ୍ଡ ପକାନ୍ତୁ। କିଛି ସମୟ ପରେ ଛତୁରୁ ପାଣି ବାହାରିବା ପରେ ଏହି ପାଣିକୁ କାଢି ଦିଅନ୍ତୁ ଓ ଛତୁକୁ ଅନ୍ୟ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ଗ୍ୟସରେ କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଫୁଟଣ ପକାନ୍ତୁ। ଫୁଟଣ ଭାଜି ହେବା ପରେ ଏଥିରେ କଟା ପିଆଜ ପକାଇ ଭାଜନ୍ତୁ। ଏବେ ଏଥିରେ ଅଦା ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ଗରମ ମସଲା ,ଟମାଟୋ, ପାଣି ଦେଇ ଭଲ ଭାବେ କଷନ୍ତୁ। ଭଲ ଭାବେ କଷି ହେବା ପରେ ଏଥିରେ ଛତୁ ଓ ଆଳୁକୁ ପକାଇ ଅଳ୍ପ ପାଣି ଦେଇ ୧୦ ମିନିଟ ଗ୍ୟାସରେ ବସାନ୍ତୁ। ୧୦ ମିନିଟ ପରେ ଏଥିରେ କଟା ଧନିଆ ପତ୍ର ଓ ତେନ୍ତୁଳି ରସ ପକାଇ ୨ ମିନିଟ ଗ୍ୟାସରେ ବସାନ୍ତୁ। ଏବେ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଛତୁ ମସଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories