www.samajalive.in
Sunday, December 7, 2025
23.1 C
Bhubaneswar

ତେଲଙ୍ଗାନାରେ ଟ୍ରକ-ଅଟୋ ଧକ୍କା: ୧୪ ଦିନ ମଜୁରିଆ ମୃତ

ହାଇଦରାବାଦ : ତେଲଙ୍ଗାନାର ଜାଡଚେରଲା ଏବଂ କାଲାୱାକୁର୍ଥି ରାସ୍ତାରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ୧୪ ଜଣ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି ଓ ୨ ଜଣ ଗୁରୁତର ହୋଇଛନ୍ତି।

ସୂଚନା ଅନୁଯାୟୀ ମହାବାହୁନଗର ମିଡଗିଲ ବ୍ଲକ୍‍ କୋଠାପାଲି ଗ୍ରାମର କେତେକ ଦିନ ମଜୁରିଆ କାମ ସାରି ରବିବାର ସନ୍ଧ୍ୟାରେ ଜାଡ଼ଚେରଲା-କାଲୱାକୁର୍ଥି ରାସ୍ତାରେ ଏକ ଅଟୋରିକ୍ସା ଯୋଗେ ଘରକୁ ଫେରୁଥିଲବେଳେ ବିପରୀଦ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‍ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିଲାବେଳେ ହସ୍ପିଟାଲରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ୨ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ପୁଲିସ୍‍ ସୂଚନା ଅନୁସାରେ ଅଟୋରେ ମୋଟ ୧୬ ଜଣ ଯାତ୍ରୀ ଥିଲେ। ବର୍ଷା ଯୋଗୁଁ ରାସ୍ତା ଅବସ୍ଥା ଖରାପ ଥିଲା। ଫଳରେ ଟ୍ରକଟି ଭାରସାମ୍ୟ ହରାଇ ଅଟୋକୁ ମୁହାଁମୁହିଁ ଧକ୍କା ଦେଇଥିଲା।

- Advertisement -

ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଘଟଣାକୁ ନେଇ ଶୋକ ବ୍ୟକ୍ତ କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ପର୍ଯ୍ୟଟନ ମନ୍ତ୍ରୀ ଭି ଶ୍ରୀନିବାସ ଗୌଡ଼ ଏବଂ ଜାଡଚେରଲା ବିଧାୟକ ଲଖମା ରେଡ୍ଡୀ ଦୁର୍ଘଟଣାସ୍ଥଳକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories