www.samajalive.in
Saturday, December 6, 2025
17.1 C
Bhubaneswar

ନାବାଳିକା ଦୁଷ୍କର୍ମକାରୀକୁ ୧୦ବର୍ଷ ଜେଲ୍‌ ଦଣ୍ଡାଦେଶ

କେନ୍ଦୁଝରଗଡ଼ : ୪ବର୍ଷର ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୁକ୍ତକୁ ସ୍ୱତନ୍ତ୍ର ଅଦାଲତ ତଥା ଅତିରିକ୍ତ ଜିଲା ଓ ଦୌରାଜଜ୍‍ କେନ୍ଦୁଝର ଶନିବାର ଦୋଷୀ ସାବ୍ୟସ୍ତ କରି ୧୦ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି।
ହରିଚନ୍ଦନପୁର ଥାନା ଅଧୀନ ଚାନ୍ଦପଶି ଗ୍ରାମର ଯୁବକ ଗୌରହରି ମହାନ୍ତ (୨୬)୨୧ ସେପ୍ଟେମ୍ବର ୨୦୧୪ରେ ଜଣେ ୪ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଥିବା ନେଇ ପୀଡିତାର ମା’ ତହିଁ ପରଦିନ ଥାନାରେ ଅଭିଯୋଗ କରିଥିଲେ। ଏହି ମାମଲାରେ ପୁଲିସ ଅଭିଯୁକ୍ତ ଗୌରହରିକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ହରଚନ୍ଦନପୁର ଥାନାର ତତ୍କାଳୀନ ଅଧିକାରୀ ଇନ୍ସପେକ୍ଟର ଜଗନ୍ନାଥ ମଲ୍ଲିକ, ପୀଡିତାର ମା’, ଡାକ୍ତର ସମେତ ମୋଟ ୮ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ସ୍ୱତନ୍ତ୍ର ଅଦାଲତ ତଥା ଅତିରିକ୍ତ ଜିଲା ଓ ଦୌରାଜଜ୍‍ କେନ୍ଦୁଝର ଜ୍ୟୋର୍ତିମୟୀ ଆଚାର୍ଯ୍ୟ ଶନିବାର ଚୂଡାନ୍ତ ଶୁଣାଣି କରି ଅଭିଯୁକ୍ତ ଗୌରହରିକୁ ୧୦ବର୍ଷ ସଶ୍ରମ
କାରାଦଣ୍ଡ ଏବଂ ୫ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ଅଧିକ ୧ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ପୀଡିତାଙ୍କ ପକ୍ଷରୁ ଆସିଷ୍ଟାଣ୍ଟ ପବ୍ଲିକ୍‍ ପ୍ରୋସିକ୍ୟୁଟର ଗଣେଶ ପ୍ରସାଦ ମହାପାତ୍ର ମକଦ୍ଦମା ପରିଚାଳନା କରୁଥିଲେ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories