www.samajalive.in
Monday, December 8, 2025
14.1 C
Bhubaneswar

ପଦୋନ୍ନତିରେ ସଂରକ୍ଷଣ ଲାଗୁ ହେବନି:ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଜାତିଭିତ୍ତିକ ସଂରକ୍ଷଣ ପ୍ରସଙ୍ଗରେ ସୁପ୍ରିମକୋର୍ଟ ବୁଧବାର ରାୟ ଶୁଣାଇଛନ୍ତି। କୌଣସି ସରକାରୀ ଚାକିରିର ପଦୋନ୍ନତି କ୍ଷେତ୍ରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିଙ୍କ ପାଇଁ ଜାତିଭିତ୍ତିକ ସଂରକ୍ଷଣ ବ୍ୟବସ୍ଥା ରହିବ ନାହିଁ ବୋଲି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଦୀପକ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ଖଣ୍ଡପୀଠ ରାୟ ଦେଇଛନ୍ତି। ଖଣ୍ଡପୀଠରେ ବିଚାରପତି କୁରିଆନ୍‍ ଯୋଶେଫ୍‍, ଆର ଏଫ୍‍ ନରିମାନ୍‍, ଏସ କେ କୌଲ, ଇନ୍ଦୁ ମାଲହୋତ୍ରା ସଦସ୍ୟ ଅଛନ୍ତି। ଏଥିସହିତ ୨୦୦୬ରେ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ଦେଇଥିବା ରାୟକୁ କାଏମ୍‍ ରଖିଛନ୍ତି। ୨୦୦୬ ରାୟର ପୁନର୍ବିଚାର ପାଇଁ ୭ ଜଣିଆ ଖଣ୍ଡପୀଠ ଗଠନ ପାଇଁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଅବଶ୍ୟ ରାଜ୍ୟମାନେ ଚାହିଁଲେ ସେମାନେ ସ୍ୱତନ୍ତ୍ର ସଂରକ୍ଷଣ ନୀତି ଓ ଚାକିରି ପଦୋନ୍ନତିରେ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିପାରିବେ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories