www.samajalive.in
Sunday, December 7, 2025
26.1 C
Bhubaneswar

ପଶ୍ଚିମବଙ୍ଗର ନାମ ପରିବର୍ତ୍ତନ ପ୍ରସ୍ତାବକୁ କେନ୍ଦ୍ରର ପ୍ରତ୍ୟାଖାନ

ନୂଆଦିଲ୍ଲୀ : କେନ୍ଦ୍ର ସରକାର ବୁଧବାର ପଶ୍ଚିମବଙ୍ଗର ମମତା ବାନାର୍ଜୀଙ୍କ ସରକାରଙ୍କୁ ଏକ ଝଟକା ଦେଇଛନ୍ତି। କେନ୍ଦ୍ର ସରକାର ପଶ୍ଚିମବଙ୍ଗର ନାମ ‘ବଙ୍ଗଳା’କୁ ପରିବର୍ତ୍ତନ କରିବା ପ୍ରସ୍ତାବକୁ ପ୍ରତ୍ୟାଖାନ କରିଦେଇଛନ୍ତି।
୨୦୧୬ରେ ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟର ନାମ ପଶ୍ଚିମବଙ୍ଗରୁ ‘ବଙ୍ଗଳା’କୁ ପରିବର୍ତ୍ତନ କରିବା ପ୍ରସ୍ତାବ ପାରିତ ହୋଇଥିଲା। ଏହି ପ୍ରସ୍ତାବରେ ପଶ୍ଚିମବଙ୍ଗର ନାମ ବଙ୍ଗାଳୀରେ ‘ବଙ୍ଗଳା’, ଇଂରାଜୀରେ ‘ବେଙ୍ଗଲ’ ଏବଂ ହିନ୍ଦୀରେ ‘ବଙ୍ଗାଲ’ ରଖିବାର ପ୍ରାବଧାନ ଥିଲା। ବିରୋଧୀ କଂଗ୍ରେସ, ବିଜେପି ଏହାକୁ ବିରୋଧ କରିଥିଲେ। କେନ୍ଦ୍ର ସରକାର ମଧ୍ୟ ରାଜ୍ୟର ୩ ନାମ ଉପରେ ଆପତ୍ତି ଉଠାଇଥିଲେ। ଫଳରେ ୨୦୧୭ ସେପ୍ଟମ୍ବର ୮ରେ ରାଜ୍ୟ ମନ୍ତ୍ରିମଣ୍ଡଳ ଏକ ପ୍ରସ୍ତାବ ପାରିତ କରି ସବୁ ଭାଷାରେ ନାମ ‘ବଙ୍ଗଳା’ ରଖିବାକୁ ନିଷ୍ପତ୍ତି ନେଇଥିଲେ। ଏବେ କେନ୍ଦ୍ର ସରକାର ଏହି ପ୍ରସ୍ତାବକୁ ପ୍ରତ୍ୟାଖାନ କରିଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories