www.samajalive.in
Friday, December 5, 2025
26.1 C
Bhubaneswar

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର ​‌ଶେଷ ଦିନ। ସାନ୍ଧ୍ୟ ଭୋଜନ ପରେ ରାତି ୯ଟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ସ୍ବଦେଶ ଫେରିଯିବେ। ରାତି ୭ଟାରେ ରାଷ୍ଟ୍ରପତି ଭବନରେ ସାନ୍ଧ୍ୟଭୋଜନର ଆୟୋଜନ ହୋଇଛି। ତେବେ ପୁଟିନଙ୍କ ସହିତ ସାକ୍ଷାତ ପାଇଁ କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅତ୍ୟନ୍ତ ବ୍ୟାକୁଳ ଥିବା ବେଳେ ତାଙ୍କୁ ଆମନ୍ତ୍ରଣ କରାଯାଇ ନାହିଁ। ଏପରି କି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ବି ନିମନ୍ତ୍ରଣ ମିଳିନାହିଁ। କିନ୍ତୁ କଂଗ୍ରେସ ସାଂସଦ ଶଶି ଥରୁରଙ୍କୁ ଆମନ୍ତ୍ରଣ କରାଯାଇଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି। ଯାହାକୁ ନେଇ ଏବେ କଂଗ୍ରେସ ଶିବିରରେ ହଟଚମଟ ସୃଷ୍ଟି ହୋଇଛି।

ଥରୁରଙ୍କ କହିବା ଅନୁସାରେ, ସେ ବୈଦେଶିକ ବ୍ୟାପାର ସଂସଦୀୟ କମିଟିର ଅଧ୍ୟକ୍ଷ ରହିଛନ୍ତି। ସେହି ଦୃଷ୍ଟିରୁ ତାଙ୍କୁ ଆମନ୍ତ୍ରଣ କରାଯାଇଛି। ଉଲ୍ଲେଖ ଯେ, ଜି-୨୦ ସାନ୍ଧ୍ୟ ଭୋଜନରେ ବି କଂଗ୍ରେସ ସଭାପତିଙ୍କୁ ଆମନ୍ତ୍ରଣ କରାଯାଇ ନ ଥିଲା।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories