www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରହାରର ସଫଳ ପରୀକ୍ଷଣ

ବାଲେଶ୍ୱର: ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରହାରର ସଫଳ ପରୀକ୍ଷଣ ହୋଇଛି। ଗୁରୁବାର ଅପରାହ୍ଣ ପ୍ରାୟ ୧.୩୦ ସମୟରେ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ ଘାଟିରୁ ଏହାର ସଫଳ ପରୀକ୍ଷଣ କରାଯାଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କରିପାରୁଥିବା ଏହି ସ୍ୱଳ୍ପଦୂରଗାମୀ କ୍ଷେପଣାସ୍ତ୍ରକୁ ଭାରତୀୟ ପ୍ରତିରକ୍ଷା ବିକାଶ ପରିଷଦ ଦ୍ୱାରା ନିର୍ମାଣ କରାଯାଇଛି। ପରୀକ୍ଷଣ ସମୟରେ ସେନାବାହିନୀ ମୁଖ୍ୟ ଜେନେରାଲ୍‍ ବିପିନ ରାୱତ, ଡିଆରଡିଓ ଅଧ୍ୟକ୍ଷ ଜି ସତୀଶ ରେଡ୍ଡୀ ଏବଂ ଅନ୍ୟାନ୍ୟ ବରିଷ୍ଠ କର୍ମକର୍ତ୍ତା ଉପସ୍ଥିତ ଥିଲେ। ପ୍ରହାରର ସଫଳ ପରୀକ୍ଷଣ ପାଇଁ ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସିଥାରମଣ ଡିଆରଡିଓ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପରୀକ୍ଷଣ ପୂର୍ବରୁ ଆଖପାଖ ଅଞ୍ଚଳର ପ୍ରାୟ ୫ ହଜାର ଲୋକଙ୍କୁ ଅସ୍ଥାୟୀ ଭାବେ ସ୍ଥାନାନ୍ତର କରାଯାଇଥିଲା।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories