ଯାଜପୁର : ଯାଜପୁର ବିଂଝାରପୁର ଥାନା ଅନ୍ତର୍ଗତ ଗୁଣ୍ଡୁରିପଡା ଗାଁରେ ଜଣେ ନବ ବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଶାଶୁ ଘର ଲୋକେ ହତ୍ୟାକରିଥିବା ବାପ ଘର ପକ୍ଷରୁ ଅଭିଯୋଗ ହୋଇଛି। ମୃତକ ହେଲେ ଦିଗମ୍ବର ଦଳେଇଙ୍କ ସ୍ତ୍ରୀ ଗୀତାରାଣି। ଗୀତାରାଣୀଙ୍କ ବେକରେ ଗଭୀର କ୍ଷତ ଚିହ୍ନ ରହିଥିବାରୁ ତାଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ବର୍ତ୍ତମାନ ସୁଦ୍ଧା ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ। ସାଇଣ୍ଟିଫିକ ଟିମ୍ ଆସିବା ପରେ ତଦନ୍ତ ଆଗକୁ ବଢିବ ବୋଲି ଯାଜପୁର ଏସଡିପିଓ ସୂଚନା ଦେଇଛନ୍ତି।
Popular Categories



