www.samajalive.in
Sunday, December 7, 2025
26.1 C
Bhubaneswar

ବୁଧବାର ରାଶିଫଳ

ମେଷ: ଅନ୍ୟ ମନସ୍କ ରହିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ।

ବୃଷ: କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଚଞ୍ଚଳ ପ୍ରକୃତିର ହେବେ। ଲଟରୀରୁ ହଠାତ୍‍ କିଛି ଅର୍ଥ ମିଳିପାରେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।

- Advertisement -

ମିଥୁନ: ଯୋଜନା ଅନୁସାରେ କାର୍ଯ୍ୟ କରି ସଫଳତା ପାଇବେ। କର୍ମ ଚଞ୍ଚଳ ରହିବେ। ଉଦାର ସ୍ୱଭାବର ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। କୃଷିକର୍ମକାରୀ ହେବେ।

କର୍କଟ: କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିପାରନ୍ତି। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ମିଷ୍ଟଭାଷୀ ହେବେ। ବିବାଦରେ ବିଜୟୀ ହେବେ।

ସିଂହ: ପରର ଉପକାର କରି ନିଜେ କ୍ଷତି ସହିପାରନ୍ତି। ଭାଗ୍ୟଶାଳୀ ହେବେ। ବିଭିନ୍ନ ଦିଗରୁ ଧନାଗମର ସୁଯୋଗ ସୃଷ୍ଟି ହୋଇଛି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ର ସୁଖ ମିଳିବ।

କନ୍ୟା: କାର୍ଯ୍ୟରେ ଢ଼େର ଅଗ୍ରଗତି ଘଟିବ। ଆୟ ଆଶାନୁରୂପ ହେବ। ଏଶ୍ୱର୍ଯ୍ୟ ଯୁକ୍ତ ହେବେ। ରଣାଙ୍ଗନରେ ବୀରତ୍ୱର ପାରାକାଷ୍ଠା ପ୍ରତିପାଦନ କରିବେ। ମାଲିମୋକଦମାରେ ଜିଣିବେ ଓ ତତ୍‍ଜନିତ ଧନଲାଭ ହୋଇପାରେ।

ତୁଳା: ଭଲ ଆୟ ହେବାର ସୂଚନା ମିଳୁଛି। ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ମଧୁରଭାଷୀ ହୋଇ ସାଧାରଣରେ ଆଦରଣୀୟ ହୋଇପାରନ୍ତି।

ବିଛା: ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହୋଇପାରନ୍ତିି। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ସରକାରୀ ଅର୍ଥ ପାଇବେ।

ଧନୁ: କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବର ହୋଇପାରନ୍ତି। କୁଳଦୀପକ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ଯଶସ୍ୱୀ ହେବେ। ପାରିବାରିକ ସୁଖ ମିଳିବ।

ମକର: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ ଓ ବିଦ୍ୱାନ ହେବେ। ସାହସୀର ପରିଚୟ ଦେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଘାତଚନ୍ଦ୍ର ଯୋଗୁଁ ସତର୍କ ରହିବେ।

କୁମ୍ଭ: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସ୍ୱାଭିମାନୀ ହୋଇପାରନ୍ତି। ଅଷ୍ଟମଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ମନା। ଶାସ୍ତ୍ରଜ୍ଞାତା ହେବେ। ଆପଣଙ୍କ ପରାମର୍ଶ ଉପାଦେୟ ହେବ। ବ୍ରତକର୍ତ୍ତା ହେବେ।

ମୀନ: ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ବ୍ୟବସାୟ ଲାଭଜନକ ହେବ। ବନ୍ଧୁ ସହାୟତା ମିଳିପାରେ। ସମାଜ ସେବାପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହୋଇପାରନ୍ତି। ମନରେ ଅହଂଭାବ ରହିବ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories