www.samajalive.in
Sunday, December 7, 2025
18.1 C
Bhubaneswar

ବ୍ୟବସାୟୀଙ୍କୁ ଗୁଳିକରି ହତ୍ୟା

ବାଲେଶ୍ବର: ସ୍ଥାନୀୟ ଅଞ୍ଚଳରେ ଜଣେ ଯୁବ ବ୍ୟବସାୟୀଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଛନ୍ତି। ମୃତ ବ୍ୟବସାୟୀ ଟାଉନଥାନା ଅଧୀନ ଫିରିଙ୍ଗିପାଟଣାର ମାନସ ରଞ୍ଜନ ଦାସ ବୋଲି ପୁଲିସ କହିଛି।
ପୁଲିସ ସୂଚନା ଅନୁଯାୟୀ, ମାନସଙ୍କୁ ତାଙ୍କ ଘରର ଗେଟ ନିକଟରେ ପଛ ପଟୁ ଦୁର୍ବୃତ୍ତମାନେ ଖୁବ ନିକଟରୁ ଗୁଳି କରିଥିଲେ। ଗୁଳି ମାନସଙ୍କ ବାମପଟ ପିଠିରେ ପଶି ଡାହାଣପଟ ଛାତି ଦେଇ ବାହାରି ଯାଇଥିଲା। ଗତ କାଲି ରାତି ପ୍ରାୟ ୧୧ଟା ୪୦ରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ତାଙ୍କୁ ସଙ୍ଗେ ସଙ୍ଗେ ପରିବାର ଲୋକେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହତ୍ୟାର କାରଣ ଜଣାପଡ଼ିନାହିଁ। ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories