www.samajalive.in
Monday, December 8, 2025
24.1 C
Bhubaneswar

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ହେବା ପରେ ଦୁଇ ଗାଁ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ରବିବାର ଏହି ଘଟଣାକୁ ନେଇ ଦୁଇଟି ଯାକ ଗାଁ ମୁହାଁମୁହିଁ ହେବା ସହିତ ଗୋଟିଏ ଗାଁର ଲୋକେ ଅନ୍ୟ ଗାଁର ଜଣେ ବ୍ୟକ୍ତିଙ୍କ ଘର ଓ ପାଳଗଦାରେ ନିଆଁ ଲଗାଇ ଦେଇଥିବା ଜଣାପଡ଼ିଛି।

ମହିଳାଙ୍କ ମୃତଦେହ ଉଦ୍ଧାର ହେବା ପରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତାଙ୍କୁ କିଏ ହତ୍ୟା କରିଛି ତାହାକୁ ନେଇ ଏମଭି-୨୬ ଏବଂ ରାଖାଲଗୁଡା ଗ୍ରାମ ମଧ୍ୟରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ପଳିସ୍ଥିତିକୁ ନିୟନ୍ତ୍ରଣ କରିବା ଲାଗି ଘଟଣା ସ୍ଥଳରେ ପୋଲିସ ମୁତୟନ କରାଯାଇଛି । ଗତ ୪ ଦିନ ପୂର୍ବେ ପଡିଆମୀ ନାମକ ଜଣେ ମହିଳାଙ୍କ ମୃତଦେହ ଡୁଡୁମେଟଲା ଗ୍ରାମ ନିକଟସ୍ଥ ନଦୀରୁ ମୁଣ୍ଡ ବିହୀନ ଅବସ୍ଥାରେ ମିଳିବା ପରେ ଦୁଇ ଗାଁ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ମହିଳା ଜଣଙ୍କ ନିଖୋଜ ଥିବା ନେଇ କୋରୁକୋଣ୍ଡା ଥାନାରେ ଅଭିଯୋଗ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ମହିଳାଙ୍କ ମୁଣ୍ଡ ମିଳି ନ ଥିବା ବେଳେ ଘଟଣାକୁ ନେଇ  ଉତ୍ତେଜନା ଲାଗି ରହିଛି। ରାଖାଲଗୁଡା ଗାଁର କିଛି ଲୋକ ଏମଭି 26 ଗାଁର ଜଣଙ୍କ ପାଳ ଗଦା ଓ ଘରେ ନିଆଁ ଲଗାଇ ଦେଇଛନ୍ତି । ଘଟଣା ସ୍ଥଳରେ ମାଲକାନଗିରି ଏସଡିପିଓ ଉପସ୍ଥିତ ରହି ପରିସ୍ଥିତି ଉପରେ ନଜର ରଖିଛନ୍ତି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories