www.samajalive.in
Monday, December 15, 2025
17.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ଚିନ୍ତାଧାରା ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିଛି

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ଓ ଓସେପାର ମିଳିତ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟର ସମସ୍ତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀମାନଙ୍କ ଦୁଇଦିନିଆ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ୨୦୨୨ ମସିହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ପରୀକ୍ଷାରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ଶୀର୍ଷ ସ୍ଥାନ ଅଧିକାର କରିଥିବା ବିଭିନ୍ନ ବର୍ଗର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ସମ୍ବର୍ଦ୍ଧନାର ଉତ୍ତରରେ କୃତୀ ଛାତ୍ରଛାତ୍ରୀମାନେ ସେମାନଙ୍କ ସଫଳତାର କାହାଣୀ ବର୍ଣ୍ଣନା କରିବା ସହ ଆଗାମୀ ଜୀବନର ଲକ୍ଷ୍ୟ ଓ ଶିକ୍ଷାର ମାନବୃଦ୍ଧି ନେଇ ମତ ରଖିଥିଲେ।
ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିିଭାଗର କମିଶନର ତଥା ଶାସନ ସଚିବ ଅଶ୍ୱଥୀ ଏସ୍‌. ବିଦ୍ୟାଳୟର ଅଧ୍ୟକ୍ଷ ଏବଂ ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଗୁଣାତ୍ମକ ଶିକ୍ଷାର ବିକାଶ ଦିଗରେ ଧ୍ୟାନ ଦେବାପାଇଁ ପରାମର୍ଶ ଦେବା ସହ ଆଗାମୀ ବର୍ଷ ପାଇଁ ଲକ୍ଷ୍ୟଧାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ। ସମ୍ମିଳନୀରେ ୨୦୨୨ ମସିହା ଉଚ୍ଚ ମାଧ୍ୟମିକ ପରୀକ୍ଷାରେ ରାଜ୍ୟରେ ଥିବା ବିଭିନ୍ନ ବର୍ଗର ବିଦ୍ୟାଳୟମାନଙ୍କର ପ୍ରଦର୍ଶନ ଉପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦେଶକ ରଘୁରାମ ଆୟାର ଅଲୋକପାତ କରିଥିଲେ। ଏହାପରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ଡିଗ୍ରୀ କଲେଜ ବା ବିଶ୍ୱବିଦ୍ୟାଳୟରୁ ପୃଥକୀକରଣ, ଅତିଥି ଶିକ୍ଷକ ନିୟୋଜିତ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶୈକ୍ଷିକ ତଦାରଖ ବ୍ୟବସ୍ଥା, ଧନ୍ଦାମୂଳକ ଶିକ୍ଷାର ବିକାଶ ଆଦି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ବିଭିନ୍ନ ପ୍ରକାର ଇ-ଶିକ୍ଷଣ ଓ ଇ-ମୂଲ୍ୟାୟନ ସମ୍ବନ୍ଧରେ ଏସ୍‌ସିଇଆର୍‌ଟି ତରଫରୁ ତାଲିମ ଦିଆଯାଇଥିବାବେଳେ ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ୫୫୦ରୁ ଊର୍ଦ୍ଧ୍ୱ କ୍ୟାରିଅର ଓ ୧୨୦୦ରୁ ଊର୍ଦ୍ଧ୍ୱ ବୃତ୍ତି ସମ୍ବଳିତ ଓଡ଼ିଶା କ୍ୟାରିଅର ପୋର୍ଟାଲ ଉପରେ ୟୁନିସେଫ୍‌ ଦ୍ୱାରା ପ୍ରଶିକ୍ଷଣ ଦିଆଯାଇଥିଲା। ପରିଶେଷରେ ବିଭାଗୀୟ ଅତିରିକ୍ତ ନିର୍ଦ୍ଦେଶିକା ଡ. ବିଜୟା ପାତ୍ର ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।
ଏହି ଅବସରରେ ଯୁକ୍ତ-୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାରେ ଶୀର୍ଷସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଶ୍ରୀ ଅଶ୍ୱିନୀ କୁମାର ମିଶ୍ର, ଗଣଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦଙ୍କ ସମେତ ବିଭିନ୍ନ ବିଦ୍ୟାଳୟର ଅଧ୍ୟକ୍ଷ, ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀ, ବିଭାଗୀୟ ବରିଷ୍ଠ ପଦାଧିକାରୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories