www.samajalive.in
Monday, December 8, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗାମୀ ୨୩ ତାରିଖରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋର ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ ।
ଉତ୍କଳମଣି ଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର ଶିବ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାରେ ଥିଲା.
ସୁଆଣ୍ଡୋ ବାସୀଙ୍କ ଅନୁରୋଧ କ୍ରମେ ଲୋକେଶ୍ୱର ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପନ୍ନ କରାଯାଇଛି. ଏହାର ପ୍ରତିଷ୍ଠା ଉତ୍ସବ ଆଜି ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଶ୍ରୀ ପାଣ୍ଡିଆନ ଯୋଗ ଦେଇ ପୂର୍ଣ୍ଣାହୁତିରେ ମଧ୍ୟ ଅଂଶଗ୍ରହଣ କରିଥିଲେ ।

ପରେ ଶ୍ରୀ ପାଣ୍ଡିଆନ ଉତ୍କଳମଣିଙ୍କ ଷଠୀଘର, ଢିଙ୍କିଶାଳ ଆଦିର ସଂରକ୍ଷଣ କାର୍ଯ୍ୟ ପରିଦର୍ଶନ କରିବା ସହିତ ଗାଁ ପୋଖରୀର ପୁର୍ନରୁଦ୍ଧାର କାର୍ଯ୍ୟ ତଥା ସଂଗ୍ରହାଳୟ କାର୍ଯ୍ୟ ବୁଲି ଦେଖିଥିଲେ ଏବଂ କାର୍ଯ୍ୟର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିଥିଲେ ।

- Advertisement -

ସେବା ଓ ସଂଗ୍ରାମର ପ୍ରତୀକ ଉତ୍କଳମଣି ଓଡିଆ ଜନମାନସର ଅଦ୍ବିତୀୟ ନେତା । ଦେଶ ପାଇଁ, ଜାତି ପାଇଁ ତାଙ୍କର ତ୍ୟାଗ ଆଜି ତାଙ୍କୁ ଅମର କରି ରଖିଛି। ଗୋପବନ୍ଧୁଙ୍କ ଜନ୍ମସ୍ଥାନ ଏବଂ ସୁଆଣ୍ଡୋ ର ବିକାଶ କାର୍ଯ୍ୟ ପଣ୍ଡିତ ଗୋପବନ୍ଧୁଙ୍କ ପରିବାର ତଥା ସୁଆଣ୍ଡୋ ଜନସାଧାରଣଙ୍କ ସହଯୋଗରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories