www.samajalive.in
Saturday, December 13, 2025
21.1 C
Bhubaneswar

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କଲେ ନବୀନ ପଟ୍ଟନାୟକ

ପୁରୀ : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ ପଟ୍ଟନାୟକ। ଏହା ପୂର୍ବରୁ ମଙ୍ଗଳବାର ସନ୍ଧ୍ୟାରେ ନବୀନ ପୁରୀ ଯାଇ ଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରି ନବୀନ ଭଗବାନଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ଭିତରକାଠ ନିକଟରୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନବୀନଙ୍କୁ ଖଣ୍ଡୁଆ ପାଟ ଉପହାର ଦିଆଯାଇଛି।
ଉହାପ୍ରଭୁଙ୍କୁ ଦର୍ଶନ କରି ଆସିବା ପରେ ନବୀନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତାକାଲି ୫ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ମୁଁ ଓଡ଼ିଶାର ଲୋକଙ୍କ ପାଇଁ ଭଗବାନ ଶ୍ରୀଜଗନ୍ନାଥଙ୍କୁ ଆଶୀର୍ବାଦ ମାଗିଛି।
ନବୀନଙ୍କ ଶ୍ରୀମନ୍ଦିର ଗସ୍ତରେ ନିମାପଡ଼ା ବିଧାୟକ ସମୀର ଦାସ, ପିପିଲି ବିଧାୟକ ପ୍ରଦୀପ ମହାରଥୀ, ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories