www.samajalive.in
Thursday, December 11, 2025
18.1 C
Bhubaneswar

ରାଜନଗର: ସମୁଦ୍ର କୂଳରୁ ସ୍ଥାନାନ୍ତର ହେଲେ ୬ଶହରୁ ଅଧିକ ଲୋକ

କେନ୍ଦ୍ରାପଡ଼ା: ସାମୁଦ୍ରିକ ଘୂର୍ଣ୍ଣିଝଡ଼ ଅମ୍ପନ ନିମନ୍ତେ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ତତ୍ପର ହୋଇଛି । ଉପକୂଳବର୍ତୀ ଅଞ୍ଚଳରୁ ଲୋକମାନଙ୍କୁ ଉଦ୍ଧାର ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜନଗର ବ୍ଲକର ହାତିନଆ, କୁରୁଣ୍ଟି, ସାତଭାୟା, କେରୁଆପାଳ, ରଙ୍ଗଣୀ, ତାଳଚୁଆ, ବାଘମାରୀ ଇତ୍ୟାଦି ୭ଟି ପଞ୍ଚାୟତରେ ୬ଶହରୁ ଅଧିକ ଲୋକଙ୍କୁ ନେଇ ବାତ୍ୟା ଆଶ୍ରୟ ସ୍ଥଳୀରେ ସୁରକ୍ଷିତ ଭାବେ ରଖାଯାଇଥିବା ସୂଚନା ମିଳିଛି  ଜିଲାପାଳଙ୍କ ନିର୍ଦେଶକ୍ରମେ  ବ୍ଲକ୍ ପ୍ରଶାସନ ଓ ସ୍ଥାନୀୟ ଥାନା ଅଧିକାରୀ ସ୍ଥାନାନ୍ତର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ଅନ୍ୟପକ୍ଷରେ ଶିଳ୍ପ ପ୍ରମୁଖ ସଚିବ ହେମନ୍ତ ଶର୍ମା ଜିଲ୍ଲାରେ ବାତ୍ୟା ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ଆସନ୍ତାକାଲି ସକାଳ ସୁଦ୍ଧା ସବୁ ଲୋକଙ୍କୁ ବିପଜ୍ଜନକ ସ୍ଥାନରୁ ସ୍ଥାନାନ୍ତରିତ କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି ।

Hot this week

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

Related Articles

Popular Categories