ରାଜ୍ୟରେ କୋଭିଡ୍ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ସମୟରେ ସେ ବରିଷ୍ଠ ଅଧିକାରୀ ମାନଙ୍କୁ ସ୍ଥିତିର ତଦାରଖ କରିବାପାଇଁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ବୈଠକରୁ ସୂଚନା ମିଳିଛି । ରାଜ୍ୟ ସରକାର ସମସ୍ତ ସତର୍କତା ମୂଳକ ପଦକ୍ଷେପ ନେଇଥିବା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି ।
ଅପରପକ୍ଷରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡକ୍ଟର ନିରଞ୍ଜନ ମିଶ୍ର କରୋନାକୁ ନେଇ ଆତଙ୍କିତ ନ ହେବାକୁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି, ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଅଧିକ ଟିକା ଯୋଗାଇଦେବାପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭ ହଜାର ୮୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟ ମଧ୍ୟରେ ୧୧ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହି ଅବଧିରେ ୪ ହଜାର ୬୯୨ ରୋଗୀ ସୁସ୍ଥ ହୋଇଛନ୍ତି।
Comments are closed.