www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ ପରେ ଓଡ଼ିଶାରେ ସରକାରଙ୍କ ଚେତା ପଶିଛି। ରାଜଧାନୀ ଭୁବନେଶ୍ଵର ସମେତ ରାଜ୍ୟର ସମସ୍ତ କ୍ଲବ, ପବ୍‌ରେ ଅଗ୍ନି ନିରାପତ୍ତା ଯାଞ୍ଚ କରିବାକୁ ସରକାର ନିର୍ଦେଶ ଦେଇଛନ୍ତି।

ରାଜ୍ୟ ଅଗ୍ନିଶମ ଡିଜିଙ୍କ ପକ୍ଷରୁ ଅଗ୍ନିଶମ ବିଭାଗକୁ ଏହି ନିର୍ଦେଶ ଜାରି କରାଯାଇଛି। ରାଜ୍ୟରେ ଚାଲୁଥିବା କ୍ଲବ ଏବଂ ପବଗୁଡ଼ିକରେ ଯୁବପିଢ଼ିଙ୍କ ଭିଡ଼ ଲାଗିରହୁଛି। ମନୋରଞ୍ଜନ ସମୟରେ କୌଣସି ଅଘଟଣ ଘଟିଲେ କିମ୍ବା ଅଗ୍ନିକାଣ୍ଡ ଘଟିଲେ ତାହାର ପ୍ରତିକାର ଲାଗି ଅଗ୍ନି ନିରାପତ୍ତା ବ୍ୟବସ୍ଥା ରହିଛି କି ନାହିଁ ତାହାକୁ ଯାଞ୍ଚ କରିବାକୁ ଡିଜିଙ୍କ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଏହା ସହିତ ରାଜ୍ୟରେ ଥିବା ବିଭିନ୍ନ ରେଷ୍ଟୁରାଣ୍ଟ ଯେଉଁଠି ୧୦୦ରୁ ଅଧିକ ଲୋକ ଏକାଠି ବସି ଭୋଜନ କରିପାରିବାର କ୍ଷମତା ରହିଛି ସେସବୁ ସ୍ଥାନରେ ବି ଅଗ୍ନି ନିରାପତ୍ତା ଯାଞ୍ଚ ପାଇଁ ନିର୍ଦେଶ ଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ, ଦୁଇଦିନ ତଳେ ଗୋଆର ଏକ ନାଇଟ୍‌ କ୍ଲବରେ ଡ୍ୟାନ୍ସ ଚାଲୁଥିବା ସମୟରେ ଅଗ୍ନିକାଣ୍ଡ ଘଟିଥିଲା। ପରେ ନିଆଁ ଚାରିଆଡ଼େ ବ୍ୟାପିଯିବା ସହିତ ଗ୍ୟାସ ସିଲିଣ୍ଡର ସହ ସଂଯୋଗ ହୋଇଯିବାରୁ ପ୍ରଚଣ୍ଡ ବିସ୍ଫୋରଣ ଘଟିଥିଲା। ଏଥିରେ ୨୫ ଜଣ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇଥିଲେ।

 

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories