www.samajalive.in
Monday, December 8, 2025
14.1 C
Bhubaneswar

ଶୁକ୍ରବାର ରାଶିଫଳ

ମେଷ: ମିଳିମିଶି କାର୍ଯ୍ୟ କରିବାର ସୁଯୋଗ ପାଇବେ। ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଐଶ୍ବର୍ଯ୍ୟଯୁକ୍ତ ହେବେ। ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ। ମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ଲାଭ ହେବ। ଉତ୍ତମ ଭୋଜନ ମିଳିବ।

ବୃଷ: କାର୍ଯ୍ୟରେ ସଫଳତା ଲାଭ କରିବେ। ଆୟ ଆଶାନୁରୂପ ହେବ। ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ଚକ୍ଷୁପୀଡ଼ା ଉପୁଜି ପାରେ। ସାହସୀ, ଜ୍ଞାନୀ ଓ ଗୁପ୍ତ ବିଦ୍ୟାରେ ଆଗ୍ରହୀ ହେବେ।

- Advertisement -

ମିଥୁନ: ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ। ଅଧିକ ପରିଶ୍ରମର ସମ୍ମୁଖୀନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହୋଇ ଅର୍ଥ ପାଇବେ।

କର୍କଟ: ଆୟ ବୃଦ୍ଧି ଘଟିବ। ସେବାକ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି। କୁଳଦୀପକ ହେବେ। ମନପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।

ସିଂହ: ମିଳିଥିବା ସାହାଯ୍ୟର ଯଥାର୍ଥ ଉପଯୋଗ କରିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ ହେବ। ସୁଖ -ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।

କନ୍ୟା: ବାତାବରଣ ଅନୁକୂଳ ରହିବ। ମିତ୍ରତା ବୃଦ୍ଧି ପାଇବ। କାର୍ଯ୍ୟରେ ସଫଳତା ପାଇବାକୁ ହେଲେ ଈର୍ଷା ସମ୍ବରଣ କରିବାକୁ ପଡ଼ିବ। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।

ତୁଳା: ସୁସ୍ଥ ନିରାମୟ ରହିବେ। ନିରୁତ୍ସାହୀ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସେବା ମନୋବୃତ୍ତି ଗ୍ରହଣ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ।

ବିଛା: ଶାନ୍ତି ଓ ସନ୍ତୋଷ ମିଳିବ। ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧା ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ପ୍ରିୟ ଭାଷୀ ଓ ଧନ, ଯାନବାହନଯୁକ୍ତ ହେବେ।

ଧନୁ: ବ୍ୟବସାୟରେ କାରବାର ବୃଦ୍ଧି ହୋଇପାରେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆପଣଙ୍କ ସପକ୍ଷରେ ଲଟେରିର ଫଳାଫଳ ଯାଇପାରେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବା ସୂଚିତ ହୁଏ।

ମକର: ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ପାଇପାରନ୍ତି। ମନୋବଳ ଦୃଢ଼ ରହିବ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନଧର୍ମକୁ ଶ୍ରେୟ ମଣିବେ। ଶୋଭନ ବ୍ୟକ୍ତିଭାବେ ସମାଜର ଆଦରଣୀୟ ହୋଇପାରନ୍ତି। କୃଷି କର୍ମକାରୀ ଓ ବୁଦ୍ଧିମାନ୍‌ ହେବେ।

କୁମ୍ଭ: ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ। ମନରେ ଉଦ୍‌ବେଗ ଜାତ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଠାରୁ ଆଦର ସମ୍ମାନ ପାଇ ଖୁସି ହେବେ।

ମୀନ: ମୋହରେ ପଡ଼ି ଅପଦସ୍ତ ହୋଇପାରନ୍ତି। ସୁଖ-ସମ୍ମାନ ମିଳିପାରେ। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହୋଇପାରେ। ସୁଖୀ ହେବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories