www.samajalive.in
Saturday, December 13, 2025
23.1 C
Bhubaneswar

ଶ୍ରୀନଗରରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି: ଯବାନଙ୍କୁ କାନ୍ଧ ଦେଲେ ସ୍ବରାଷ୍ଟ୍ରମନ୍ତ୍ରୀ

ଶ୍ରୀନଗର: ଜମ୍ମୁ-କଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଯବାନମାନଙ୍କୁ ଶ୍ରୀନଗରଠାରେ ଶୁକ୍ରବାର ଅପରାହ୍ନରେ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ସେନା ପକ୍ଷରୁ ଏହି ଶ୍ରଦ୍ଧାଞ୍ଜଳି ପ୍ରଦାନ ଉତ୍ସବ ଆୟୋଜନ କରାଯାଇଥିଲା। ଏଥିରେ ରାଜ୍ୟପାଳ ସତ୍ୟପାଲ ମଲିକ, ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂହ ଓ ଅନ୍ୟ ବରିଷ୍ଠ ସେନା ଅଧିକାରୀମାନେ ଯୋଗଦେଇ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଯବାନଙ୍କୁ କାନ୍ଧ ଦେଇଥିବା ଦେଖାଯାଇଥିଲା। ଶ୍ରଦ୍ଧାଞ୍ଜଳି ପରେ ଯବାନମାନଙ୍କ ପାର୍ଥିବ ଶରୀର ଶ୍ରୀନଗରରୁ ଦିଲ୍ଲୀ ଅଣାଯିବ। ଦିଲ୍ଲୀରେ ପହଞ୍ଚିବା ପରେ ଶହୀଦମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇବେ ବୋଲି ସୂଚନା ମିଳିଛି।

Hot this week

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

Related Articles

Popular Categories