www.samajalive.in
Saturday, December 6, 2025
23.1 C
Bhubaneswar

ସାଢ଼େ ଚାରିକୋଟି ଓଡ଼ିଆଙ୍କ ବିଜୟ: ଧର୍ମେନ୍ଦ୍ର

ପୁରୀ ରଥଯାତ୍ରା ନିମନ୍ତେ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନରେ ନିଜର ଖୁସି ବ୍ୟକ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟ୍ବିଟରରେ ପ୍ରତିକ୍ରିୟା ରଖି ସେ ଏହାକୁ ସାଢ଼େ ଚାରିକୋଟି ଓଡ଼ିଆଙ୍କ ବିଜୟ ବୋଲି କହିଛନ୍ତି । ଓଡ଼ିଆ ଲୋକଙ୍କ ଦୃଢ଼ ଇଚ୍ଛାଶକ୍ତି ଯୋଗୁଁ ହିଁ ପୁରୀ ରଥଯାତ୍ରା ଅନୁମତି ମିଳିବା ସମ୍ଭବ ହୋଇ ପାରିଛି । ସେହିପରି କୋଟିକୋଟି ଓଡ଼ିଆ ଓ ବିଶ୍ବରେ ଶ୍ରୀ ଜଗନ୍ନାଥଙ୍କ କୋଟିକୋଟି ଭକ୍ତଙ୍କ ଭାବାବେଗକୁ ସମ୍ମାନ ଦେଇଥିବାରୁ ସୁପ୍ରିମକୋର୍ଟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି। ଏହି ଅବସରରେ ସେ  ଗଜପତି ମହାରାଜା ଦିବ୍ୟସିଂହ ଦେବ, ଜଗଦଗୁରୁ ଶଙ୍କରାଚାର୍ଯ୍ୟ, ରାଜ୍ୟ ସରକାର, ଛତିଶାନିଯୋଗ,ସେବାୟତ ଏବଂ ମହାପ୍ରଭୁଙ୍କ ଅଗଣିତ ଭକ୍ତଙ୍କ ପ୍ରାର୍ଥନା ଓ ଉଦ୍ୟମକୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ।

ସେ କହିଛନ୍ତି ଯେ  ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରଦ୍ଧା, ଭକ୍ତି, ଆସ୍ଥା ଓ ସମ୍ମାନର ଅସରନ୍ତି ଉତ୍ସ। ଅଗଣିତ ଜନତାଙ୍କର ବିଶ୍ୱାସ, ପରମ୍ପରା, ଭାବାବେଗକୁ ସମ୍ମାନିତ କରିବା ପାଇଁ ପ୍ରଧାନମନ୍ତ୍ରୀ ସବୁବେଳେ ଆଗୁଆ। ବିନା ଭକ୍ତ ସମାଗମରେ ପୁରୀରେ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ରାୟ ସ୍ୱାଗତଯୋଗ୍ୟ। ସର୍ତମୂଳକ ରଥଯାତ୍ରା କରିବା ପାଇଁ ସୁପ୍ରିମକୋର୍ଟ ଅନୁମତି ଦେଇଥିବାବେଳେ ରାଜ୍ୟ ସରକାର ଏହାକୁ ସଠିକ୍ ପରିଚାଳନା କରିବେ ବୋଲି ଦୃଢ଼ ବିଶ୍ୱାସ ରହିଛି। କେନ୍ଦ୍ର ସରକାରଙ୍କ ଠାରୁ ରାଜ୍ୟ ସରକାର ଯେଉଁ ସହଯୋଗ ଆଶା ରଖିଛନ୍ତି ତାକୁ ମଧ୍ୟ ପୂରଣ କରାଯିବ । ରଥଯାତ୍ରା କେବଳ ଗୋଟିଏ ଉତ୍ସବ ନୁହେଁ ବରଂ ଭାବାବେଗର ଅବିଚ୍ଛେଦ୍ୟ ଅଙ୍ଗ। ବୋଲି ଉଲ୍ଲେଖ କରି ମହାପ୍ରଭୁଙ୍କ କରୁଣାରୁ ଏହା ସମ୍ଭବ ହୋଇପାରିଛି ବୋଲି ଧର୍ମେନ୍ଦ୍ର କହିଛନ୍ତି । 
- Advertisement -

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories