ସୋମବାର ସବୁ ସ୍କୁଲ ବନ୍ଦ

0

ଭୁବନେଶ୍ୱର: ଅହେତୁକ ତୈଳଦର ବୃଦ୍ଧିକୁ ନେଇ କଂଗ୍ରେସ ପକ୍ଷରୁ ଆସନ୍ତା ସୋମବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଉକ୍ତଦିନ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରଖିବାପାଇଁ ନିଷ୍ପତ୍ତି ନିଆଯାଇଛି। ଉକ୍ତଦିନ ବିଦ୍ୟାଳୟ ବନ୍ଦ ରଖିବା ଲାଗି ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସବୁ ଶିକ୍ଷା ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି। ଶ୍ରୀ ମହାପାତ୍ରଙ୍କ ସୂଚନା ଅନୁଯାୟୀ ସୋମବାର ବନ୍ଦ ପାଳନ ବେଳେ କାଳେ କୌଣସିଠାରେ ଛାତ୍ରଛାତ୍ରୀ ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବେ ଏହାକୁ ଦୃଷ୍ଟିରେ ରଖି ବିଭାଗ ଏହି ନିଷ୍ପତ୍ତି ନେଇଛି।

kalyan agarbati
Leave A Reply